Masthead

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ରାସ୍ତା ଖରାପ ଯୋଗୁଁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ । ପ୍ରସବ ବେଦନା ଭିତରେ ଏକ କିଲୋମିଟର ଚାଲିଲେ ଗର୍ଭବତୀ । ଏପରି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ବଘିଆ ପଂଚାୟତ ବଡ଼ମାଳ ଗାଁରେ । ଗାଁର କାଁହୁ କୁମ୍ଭାରଙ୍କ ସ୍ତ୍ରୀ ବାସନ୍ତୀ କୁମ୍ଭାରକୁ ପ୍ରସବ ବେଦନା ହେବାରୁ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । କିନ୍ତୁ ଏକ କିଲୋମିଟର ଦୂର ନନ୍ଦପାଳି ଗାଁରେ ହିଁ ରହିଯାଇଥିଲା ଆମ୍ବୁଲାନ୍ସ । ରାସ୍ତା ଖରାପ ଯୋଗୁଁ ଆଗକୁ ଯାଇ ପାରିନଥିଲା ଆମ୍ବୁଲାନ୍ସ । ବାଧ୍ୟହୋଇ ତାଙ୍କୁ ଏକ କିଲୋମିଟର ଚଳାଇ ନେଇ ଥିଲେ ତାଙ୍କ ପରିବାର ଲୋକେ । ଏଭଳି ଦୁଃଖଦ ଘଟଣାକୁ ନେଇ ଅଂଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼