ରାତି ଅଧରେ ରୁଷର ରାଜଧାନୀ ମସ୍କୋ ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ରୁଷର ରାଜଧାନୀ ମସ୍କୋ ଉପରେ ୟୁକ୍ରେନର ଏକ ବଡ଼ ଆକ୍ରମଣ । ବିଳମ୍ବିତ ରାତିରେ ମସ୍କୋ ଉପରେ ୟୁକ୍ରେନ ଡ୍ରୋନ୍ ଆକ୍ରମଣ କରିଛି । ମସ୍କୋରେ ଦୁଇଟି କୋଠାକୁ ଟାର୍ଗେଟ କରିଛି ୟୁକ୍ରେନର ସାମରିକ ଡ୍ରୋନ । ଆକ୍ରମଣକୁ ନେଇ ମସ୍କୋର ମେୟର ସର୍ଗେଇ ସୋଭୟାନିନ୍ କହିଛନ୍ତି ଯେ ଅଧ ରାତିରେ ଏହି ଆକ୍ରମଣ କରାଯାଇଛି ଫଳରେ ଦୁଇଟି କୋଠା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ତେବେ ଏଥିରେ କୌଣସି ଲୋକ ଆହତ ହୋଇନାହାଁନ୍ତି । ପ୍ରଥମଥର ପାଇଁ ରୁଷ୍ ଉପରେ ୟୁକ୍ରେନ ଏଭଳି ଆକ୍ରମଣ କରିଥିବା ନେଇ ସୂଚନା ରହିଛି ।

ପୂର୍ବରୁ ୟୁକ୍ରେନ ଅନେକଥର ମସ୍କୋ ଉପରେ ଏୟାର ଷ୍ଟ୍ରାଇକ କରିଛି, କିନ୍ତୁ ସଫଳ ହୋଇନାହିଁ । ଡ୍ରୋନ ଆକ୍ରମଣ ପରେ ରୁଷର ମସ୍କୋ ଭାନୁକୋଭା ବିମାନବନ୍ଦରକୁ ବନ୍ଦ କରି ଦିଆଯାଇଛି । ସେଠାରୁ ଉଡ଼ାଣ କରିବା ଏବଂ ଅବତରଣ ହେବାକୁଥିବା ବିମାନକୁ କିଛି ସମୟ ପାଇଁ ବନ୍ଦ କରାଯାଇଛି । ୟୁକ୍ରେନ୍ ସୀମାରୁ ପାଖାପାଖି ୫୦୦ କିଲୋମିଟର ଦୂରରେ ଥିବା ମସ୍କୋ ଓ ଏହାର ଆଖପାଖ ଅଂଚଳରେ ରୁଷ୍ ସହ ସଂଘର୍ଷ ବେଳେ ଏହି ଡ୍ରୋନ୍ ଦ୍ୱାରା ଆକ୍ରମଣ କରାଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ