Masthead

ସିଂହଧ୍ୱଜରେ ବୁଲିବେ ସିଂହବାହିନୀ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଆଜି ରଥଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଯାଜପୁର ବିରଜା କ୍ଷେତ୍ର । ରଥଯାତ୍ରା ପାଇଁ ସେବାୟତଙ୍କ ସଂଖ୍ୟା ୬୦ରେ ସୀମିତ ରଖିବା ସହ ରଥ ଚାଳନା ପାଇଁ ୧୮, ରଥ ଟାଣିବା ପାଇଁ ୬୦, ଲାଖବିନ୍ଧା କାର୍ୟ୍ୟ ସମ୍ପନ୍ନ ପାଇଁ ୯୯ ଜଣଙ୍କୁ ଅନୁମତି ପ୍ରଦାନ କରାଯାଇଛି । ମା’ଙ୍କ ମହାସ୍ନାନ ପାଇଁ ୨୦ ଜଣ ବୈତରଣୀ ବ୍ରାହ୍ମଣଙ୍କୁ ନିୟୋଜିତ ହୋଇଛନ୍ତି । ମନ୍ଦିର ଚତୁପାର୍ଶ୍ୱରେ ୯ ଦିନ ପାଇଁ ୧୪୪ ଧାରା ବଳବତ୍ତର ରଖାଜିବ ।

ସେପଟେ ରଥଯାତ୍ରା ପୂର୍ବରୁ ସେବାୟତଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା । ରଥଯାତ୍ରାରେ ସାମିଲ ହେବାକୁ ଥିବା ସବୁ ସେବାୟତ ଓ ପୋଲିସଙ୍କ ୩ଟି ପର୍ୟ୍ୟାୟରେ କୋଭିଡ୍‌ ଟେଷ୍ଟ ହେବାକୁ ଥିବା ବେଳେ ପ୍ରଥମ ପର୍ୟ୍ୟାୟରେ ସେବାୟତମାନଙ୍କ କୋଭିଡ୍‌ ଟେଷ୍ଟ କାରଯାଇଥିଲା । ବିରଜା କଲ୍ୟାଣ ମଣ୍ଡପଠାରେ ପାଖାପାଖି ୨୫୦ ସେବାୟତଙ୍କ ଟେଷ୍ଟ ହୋଇଛି । ସାମାଜିକ ଦୂରତା ରକ୍ଷା କରି ଏହି ଟେଷ୍ଟ କରାଯାଇଛି ।

ମା’ ବିରଜାଙ୍କ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ଆୟୋଜନ ପାଇଁ ଅନୁମତି ପ୍ରସଂଗ ନେଇ ହାଇକୋର୍ଟରେ ପିଟିସନ ଫାଇଲ୍ ହୋଇଥିଲା । ଏସମ୍ପର୍ତିକ ମାମଲାର ଶୁଣାଣି କରି ଯାଜପୁର ଜିଲ୍ଲାପାଳ ଓ ଏସପିଙ୍କ ନିକଟରୁ ରିପୋର୍ଟ ତଲବ କରିଥିଲେ ହାଇକୋର୍ଟ ।

ଶାରଦୀୟ ଦୁର୍ଗା ପୂଜା ଅବସରରେ ମା’ ବିରଜାଙ୍କ ମନ୍ଦିରରେ ନବ ଦିନାତ୍ମକ ରଥଯାତ୍ରା କେଉଁ କାଳରୁ ଅନୁଷ୍ଠିତ ହୋଇଆସୁଛି । ୯ ଦିନ ବ୍ୟାପୀ ମାଆ ବିରଜାଙ୍କ ଚଳନ୍ତି ପ୍ରତିମା ସିଂହଧ୍ୱଜ ରଥରେ ମନ୍ଦିର ପରିକ୍ରମା କରନ୍ତି । ଚଳିତ ବର୍ଷ କରୋନା କଟକଣା ଭିତରେ ରଥଯାତ୍ରା ଆୟୋଜନ ପାଇଁ ଅନୁମତି ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଥିଲେ ।

ଆବେଦନକାରୀ ଦର୍ଶାଇଥିଲେ ଯେ, ରଥଯାତ୍ରା ବନ୍ଦ ହୋଇଗଲେ ଦୀର୍ଘ ବର୍ଷର ପରମ୍ପରା ଭାଙ୍ଗିଯିବ । ଅନ୍ୟ କୌଣସି ଶକ୍ତି ପୀଠରେ ରଥଯାତ୍ରା ହେଉ ନଥିବା ବେଳେ କେବଳ ବିରଜାକ୍ଷେତ୍ରରେ ମା’ଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ