Masthead

ଗଛରେ ପିଟିହେଲା ଜନନୀ ଏକ୍ସପ୍ରେସ, ଘଟଣାସ୍ଥଳରେ ଗର୍ଭବତୀଙ୍କ ପ୍ରସବ

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଜଣେ ଗର୍ଭବତୀଙ୍କୁ ଡାକ୍ତରଖାନା ନେଇ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି ଜନନୀ ଏକ୍ସପ୍ରେସ। ଫଳରେ ମେଡିକାଲରେ ପହଞ୍ଚିବା ପୂର୍ବରୁ ହିଁ ଦୁର୍ଘଟଣା ସ୍ଥଳରେ ପ୍ରସବ କରିଛନ୍ତି ଗର୍ଭବତୀ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରେ। ଫିରିଙ୍ଗିଆ ବ୍ଲକ ଜଜେଶପାଙ୍ଗାର ସୀତାରାମ ବେହେରାଙ୍କ ସ୍ତ୍ରୀ ସୁଭଦ୍ରାଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ଜନନୀ ଏକ୍ସପ୍ରେସକୁ ଖବର ଦିଆ ଯାଇଥିଲା। ଫିରିଙ୍ଗିଆରୁ ୧୦୨ ଆମ୍ବୁଲାନ୍ସ ଆସି ସୁଭଦ୍ରାଙ୍କୁ ମେଡିକାଲ ନେଇଥିଲା। ତେବେ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଉ ପ୍ରାୟ ୨୦ କିମି ଥିବା ବେଳେ ଡିମିରିଗୁଡା ଛକଠାରେ ଆମ୍ବୁଲାନ୍ସଟି ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତା କଡରେ ଏକ ଶାଳ ଗଛରେ ପିଟି ହୋଇଯାଇଥିଲା ।

ଫଳରେ ସେଠାରେ ହିଁ ସୁଭଦ୍ରା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଫିରିଙ୍ଗିଆ ବ୍ଲକର କିଛି ଗଣମାଧ୍ୟମର ପ୍ରତିନିଧି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଆମ୍ବୁଲାନ୍ସ ଆସି ସେମାନଙ୍କୁ ମେଡିକାଲ ନେଇଥିଲା। ଉଭୟ ମା ଛୁଆ ଏବେ ସୁସ୍ଥ ଥିବା ଜଣାପଡିଛି। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନ ଥିଲେ ବି ସାଙ୍ଗରେ ଥିବା ସୁଭଦ୍ରାଙ୍କ ସମ୍ପର୍କୀୟ ସାଧବାଣୀ ନାୟକ ସାମାନ୍ୟ ଆହତ ହୋଇଛନ୍ତି। ଅନ୍ୟପଟେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ପାଇଁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଂଚଳର ପ୍ରତକ୍ଷଦର୍ଶୀ ମତ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି