Masthead

ନୁହରେ କର୍ଫ୍ୟୁ, ୨ ଦିନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ହରିୟାଣା (ବଡ଼ ଖବର ବ୍ୟୁରୋ): ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୋଦାଲ ଡିଏସ୍‌ପି ସାଜ୍ଜନ ସିଂଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ଜଣେ ଇନ୍ସପେକ୍ଟରଙ୍କ ପେଟରେ ଗୁଳି ବାଜିଛି। ଉତ୍ତ୍ୟକ୍ତ ଲୋକେ ୪ଟି ଗାଡ଼ି ଓ ଗୋଟିଏ ଦୋକାନ ଜାଳିଦେଇଛନ୍ତି।

ସେପଟେ ନୁହରୁ ଆରମ୍ଭ ହିଂସା ଗୁରୁଗ୍ରାମକୁ ବ୍ୟାପିଛି । ୪ ଗାଡ଼ି ପୋଡ଼ି ଦେଇଛନ୍ତି ବିକ୍ଷୋଭକାରୀ । ନୁହରେ କର୍ଫ୍ୟୁ ସହ ୨ ଦିନ ପାଇଁ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ହରିୟାଣାର ଏକାଧିକ ଜିଲ୍ଲାରେ ସ୍କୁଲ, କଲେଜ ମଧ୍ୟ ବନ୍ଦ ଘୋଷଣ କରାଯାଇଛି । ୧୫ ଅତିରିକ୍ତ ଅର୍ଦ୍ଧସାମରିକ ବାହିନୀ ରାଜ୍ୟ ସରକାର ମଗାଇଛନ୍ତି । ସେପଟେ ଶାନ୍ତି ଶାନ୍ତି ରକ୍ଷା ପାଇଁ କଂଗ୍ରେସ ନେତା ଭୂପିନ୍ଦର ସିଂ ହୁଡ଼ା ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ୍‌ ମଧ୍ୟ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ୍‌ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା