Masthead

ପାରିଲେନି, ଖୋଲିଦେଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ-୧୯ କଟକଣା ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର ହୋଇଛି ପ୍ରଶାସନ । ଅମାନିଆଙ୍କୁ ଜରିମାନା କରାଯାଉଛି । ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ଅଫିସ୍, ଦୋକାନ ବଜାର ପ୍ରଭୃତି ସିଲ୍ କରାଯାଉଛି । ଗତ ୮ ତାରିଖରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏ-୩୭, ପଳାସପଲ୍ଲୀରେ ଥିବା ତାଙ୍କ ଅଫିସରେ ପାଳିଥିଲେ ଜନ୍ମଦିନ । କୋଭିଡ-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅପରାଜିତାଙ୍କ ଅଫିସ୍ ସିଲ୍ କରିଥିଲା । ପରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ଅପରାଜିତା । ପଚାରିଥିଲେ ଅନେକ ପ୍ରଶ୍ନ । ଅପରାଜିତାଙ୍କ ପ୍ରଶ୍ନର ଉତ୍ତର ସରକାର ଦେଲେକି ନାହିଁ ଆମେ ଜାଣିନୁ କିନ୍ତୁ ସିଲ୍ ହୋଇଥିବା ତାଙ୍କ କାର୍ଯ୍ୟାଳୟ ଖୋଲିବା ପାଇଁ ବିଏମସି ଦେଇଛି ଅନୁମତି ।

କରୋନା ଆଇନ ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ବିଏମସି ଯେଉଁ ଦୋକାନ, ପ୍ରାଇଭେଟ୍ ଅଫିସ ପ୍ରଭୃତି ବନ୍ଦ କରିଥିଲା, ସେଗୁଡିକୁ ପୁନର୍ବାର ଖୋଲିବା ପାଇଁ ଅନୁମତି ଦେଇଛି । ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ବ୍ୟବସାୟ ପ୍ରତିଷ୍ଠାନଗୁଡିକ ଖୋଲିବା ପାଇଁ ଅନୁମତି ଦିଆଯାଇଛି ବୋଲି କୁହାଯାଇଛି । ଆଜି ଅପରାଜିତା ତାଙ୍କ ଅଫିସରେ ପ୍ରବେଶ କରିଛନ୍ତି । ଦଳୀୟକର୍ମୀଙ୍କ ଗହଣରେ ସେ ଅଫିସ ଭିତରେ ପ୍ରବେଶ କରି କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା