Masthead

ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ୨୧ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ମଣିପୁର ଲଜ୍ଜାକୁ ନେଇ ଜୋର ଧରିଛି ରାଜନୀତି । କିଛି ଦିନ ତଳେ ମଣିପୁର ଗସ୍ତରେ ଯାଇଥିଲା ଟିମ ଇଣ୍ଡିଆ । ସ୍ଥିତି ସମୀକ୍ଷା କରିବା ସହ ପୀଡିତାଙ୍କ ସହ ଆଲୋଚନା କରି ଫେରିଥିଲେ । ଆଉ ଆଜି ମଣିପୁର ହିଂସାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ । ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କୁ ଭେଟିବେ । ବିରୋଧ ଦଳ ପକ୍ଷରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାଷ୍ଟ୍ରପତିଙ୍କୁ ଭେଟିବାକୁ ସମୟ ମାଗିଥିଲେ ।

ମଣିପୁରର ଆଇନ୍ ଶୃଙ୍ଖଳା ସ୍ଥିତି ଏବଂ ବିଭିନ୍ନ ଶିବିରରେ ରହୁଥିବା ପୀଡ଼ିତମାନଙ୍କ ସମସ୍ୟା ସମ୍ପର୍କରେ ବିରୋଧୀ ମେଣ୍ଟ ରାଷ୍ଟ୍ରପତିଙ୍କୁ ଅବଗତ କରାଇବେ । ସେପଟେ ମଣିପୁର ହିଂସାକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛି ବିଜେପି । ସେପଟେ ମଣିପୁରରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦିଲ୍ଲୀ ମହିଳା କମିଶନ ସ୍ୱାତୀ ମଲିୱାଲ ରାଷ୍ଟ୍ରପତିଙ୍କୁ ପଠାଇଥିବା ରିପୋର୍ଟରେ ଦାବି କରିଛନ୍ତି । ଅନ୍ୟପଟେ ରାଜନୈତିକ ଫାଇଦା ପାଇଁ ବିରୋଧୀ ମେଣ୍ଟ ମଣିପୁର ସ୍ଥିତିକୁ ନେଇ ଯେଉଁଭଳି ରାଜନୀତି କରୁଛି, ତାହା ଅତ୍ୟନ୍ତ ନିନ୍ଦନୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼