Masthead

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ । ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ୨୦୦ ରନ୍‌ରେ ପରାସ୍ତ କରି ୨-୧ରେ ଶୃଙ୍ଖଳା ବିଜୟ ସଫଳତା ପାଇଛି । ମ୍ୟାଚରେ ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୫ ୱିକେଟ୍ ହରାଇ କରିଥିଲା ୩୫୧ ରନ୍ । ଈଶାନ୍ କିଷନ କ୍ରମାଗତ ତୃତୀୟ ଅର୍ଦ୍ଧଶତକ ମାରିଥିଲେ । ଈଷାନ୍ ୬୪ ବଲରେ କରିଥିଲେ ୭୭ ରନ୍ । ଅନ୍ୟତମ ଓପନର ଶୁବମନ ଗିଲ୍ ୮୫ ରନ୍ କରି ଫର୍ମକୁ ଫେରିଛନ୍ତି । ମଧ୍ୟକ୍ରମରେ ସଂଜୁ ସାମସନ୍ ୫୧ ରନ୍, ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୭୦ ରନ୍ ଓ ସୂର୍ଯ୍ୟକୁମାର ଯାଦବ ୩୫ ରନ୍ କରିଥିଲେ ।

୩୫୨ ରନର ବଡ଼ ଲକ୍ଷ୍ୟର ପିଛା କରୁଥିବା ଘରୋଇ ଦଳ ସମସ୍ତ ୱିକେଟ୍ ହରାଇ କରିଥିଲା ୧୫୧ ରନ୍ । ୱେଷ୍ଟଇଣ୍ଡିଜ୍ ପକ୍ଷରୁ ଗୁଡାକେଶ ମୋଟି ୩୯ ରନ୍, ଅଲିକ୍ ଅଥାନେଜ୍ ୩୨ ରନ୍ ଓ ଅଲଜାରୀ ଜୋସେଫ୍ ୨୬ ରନ୍ କରିଥିଲେ । ଭାରତ ପକ୍ଷରୁ ଶାର୍ଦ୍ଦୁଲ ଠାକୁର ସର୍ବାଧିକ ୪ଟି ୱିକେଟ୍ ନେଇଥିଲେ । ମୁକେଶ କୁମାର ୩ଟି ଓ କୁଲଦୀପ ଯାଦବ ନେଇଥିଲେ ୨ଟି ୱିକେଟ୍ । ଗିଲ୍ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଓ ଇଶାନ୍ ମ୍ୟାନ୍ ଅଫ୍ ଦି ସିରିଜ୍ ବିବେଚିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!