Masthead

ସରକାର ଚାହୁଁ ନାହାନ୍ତି ମଣିପୁର ବିଷୟରେ ଚର୍ଚ୍ଚା ହେଉ: ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିରୋଧୀ ମେଣ୍ଟ ଇଣ୍ଡିଆର ସାଂସଦମାନେ ମଣିପୁର ପ୍ରସଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ମଣିପୁରର ପରିସ୍ଥିତି ସମ୍ପର୍କରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କୁ ଭେଟିବା ପରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଆମେ ସଂସଦରେ ଆଲୋଚନା କରିବାକୁ ଚାହୁଁଛୁ କିନ୍ତୁ ସରକାର କୌଣସି ପ୍ରତିକ୍ରିୟା ଦେଉନାହାଁନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଅଧ୍ୟକ୍ଷ ଶାସକ ଦଳକୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ବିରୋଧୀଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, କିନ୍ତୁ ମୋତେ କାହିଁକି କହିବାକୁ ଅନୁମତି ଦିଆଯାଉ ନାହିଁ ତାହା ଜାଣ ନାହିଁ। ମୋ ମାଇକ୍ ବନ୍ଦ କରିଦିଆଯାଉଛି । ମଣିପୁର ଉପରେ ଆଲୋଚନା ହେଉ ବୋଲି ସରକାର ଚାହୁଁନାହାଁନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଣିପୁର ଯିବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ