Masthead

ମନ୍ଦିରରୁ ସ୍ଥାନାନ୍ତର ହେଲା ମା’ ଭଟ୍ଟାରିକାଙ୍କ ବିଗ୍ରହ

ବଡ଼ମ୍ବା  (ବଡ଼ ଖବର ବ୍ୟୁରୋ): ମହାନଦୀର ଉପର ମୁଣ୍ଡରେ ବର୍ଷା ହେଉଥିବାରୁ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ମନ୍ଦିର ବେଢ଼ା ଓ ଗର୍ଭଗୃହରେ ମହାନଦୀର ବନ୍ୟାଜଳ ପ୍ରବେଶ କରିଛି । ଏଥିପାଇଁ ମା’ଙ୍କ ବିଗ୍ରହକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ରତ୍ନଗିରି ପାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳକୁ ମା’ଙ୍କ ବିଗ୍ରହ ସ୍ଥାନାନ୍ତରିତ କରାଯାଇଛି । ଆଜି ମା’ଙ୍କୁ ବନ୍ୟା ଆଶ୍ରୟ ସ୍ଥଳୀରେ ପୂଜାର୍ଚ୍ଚନା କରାଯିବ ।

ମନ୍ଦିରକୁ ସାଧାରଣ ଭକ୍ତଙ୍କୁ ବାରଣ କରାଯାଇଛି । ମନ୍ଦିରରେ ମା’ଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଭଟ୍ଟାରିକାରେ ୧୪୪ ଧାରା ଲାଗୁ କରାଯାଇଛି । ମନ୍ଦିର ବେଢ଼ା ସମେତ ଗର୍ଭଗୃହରେ ପାଣି ପଶିବାରୁ କଟକଣା ଲାଗୁ କରଯାଇଛି । କଟକଣା ଜାରି କଲେ ବଡ଼ମ୍ବା ତହସିଲଦାର । ସିଂହନାଥ ପୀଠରେ ମଧ୍ୟ କଟକଣା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା