Masthead

ବୈତରଣୀରେ ଜଳସ୍ତର ବୃଦ୍ଧି, ଚିନ୍ତାରେ ପ୍ରଶାସନ

ହାଟଡିହି (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି କାରଣରୁ ପ୍ରଶାସନକୁ ଚିନ୍ତା ବଢାଇଛି। ତେଣୁ ହାଟଡିହି ବ୍ଲକର ତିନୋଟି ସ୍ଥାନରେ ବନ୍ୟା ଆଶ୍ରୟସ୍ଥଳ କରାଯାଇ ୯୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ, ଆନନ୍ଦପୁର ଉପଜିଲ୍ଲାପାଳ ଅନୀଲ କୁମାର ସେଠୀ, ହାଟଡିହି ତହସିଲଦାର ମିତାଲି ମଧୁଛନ୍ଦା ପାତ୍ର , ହାଟଡିହି ବିଡ଼ିଓ ବିନିତା ବିଜୟିନୀଙ୍କ ସହ ଜିଲ୍ଲା ଜଳସେଚନ ବିଭାଗର ଅଧିକାରୀ ମାନେ ବନ୍ୟା ଜଳ ପ୍ରବେଶ କରିଥିବା ଅଞ୍ଚଳ ଆଇତି ପୁର, ସମଣା, ଆମ୍ବୋ, ପଞ୍ଚୁଗୋଛିଆ, ଗେଡେମା, ହାବଳେଶ୍ଵର, ଅଞ୍ଚଳକୁ ଯାଇ ଲୋକଙ୍କୁ ବୁଝାସୁଝା କରି ଆଶ୍ରୟ ସ୍ଥଳକୁ ନେଇଛନ୍ତି। ଅଧିକ ଜଟିଳ ପରିସ୍ଥିତିରେ ହାଟଡିହି ବ୍ଲକରେ ଚବିଶ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ହୋଇଥିବା ବେଳେ ଗୋଟିଏ ପ୍ଲାଟୁନ ଓଡ୍ରାଫ ଟିମ୍ ଅଗ୍ନିଶମ ବିଭାଗ ସ୍ଥିତି ଉପରେ ନଜର ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା