Masthead

ହରିୟାଣା ହିଂସାକାଣ୍ଡ, ମହିଳା ବିଚାରପତିଙ୍କ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ୧୦ଜଣ ପୋଲିସ କର୍ମଚାରୀଙ୍କ ସମେତ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୭୦ରୁ ଅଧିକ ଲୋକଙ୍କୁ ଅଟକ ରଖାଯାଇଛି। ଆଖପାଖ ସହରଗୁଡିକରେ ୧୪୪ ଧାରା ବଳବତ୍ତର ରହିଛି ।

ସୋହନା, ଗୁରୁଗ୍ରାମ, ପାଲୱାଲ ଏବଂ ଅନ୍ୟାନ୍ୟ ସ୍ଥାନରେ ଘଟିଥିବା ହିଂସା ଏବଂ ଦଙ୍ଗା ସଂପର୍କରେ ନୁହ ବ୍ୟତୀତ ମୋଟ ୪୪ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି। ଏହାରି ଭିତରେ ହିଂସାକାଣ୍ଡକୁ ନେଇ ଥାନାରେ ଏଫଆଇଆର ପଞ୍ଜିକୃତ ହୋଇଛି । ତାଙ୍କ ଗାଡ଼ିରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ବିଚାରପତି ଏବଂ ତାଙ୍କର ତିନି ବର୍ଷର ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲି ଥାନାରେ ରୁଜୁ ହୋଇଥିବା ଏକ ମାମଲାରୁ ଜଣାପଡ଼ିଛି।

ମଙ୍ଗଳବାର ନୁହ ନଗର ପୋଲିସ ଷ୍ଟେସନରେ ଦିଆଯାଇଥିବା ଏତଲା ଅନୁସାରେ, ସୋମବାର ସ୍ଥାନୀୟ ଅଞ୍ଚଳରେ ସାମ୍ପ୍ରଦାୟିକ ହିଂସାରେ ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଞ୍ଚଳି ଜୈନଙ୍କ କାର୍ ଉପରକୁ ଆକ୍ରମଣ କରିଥିଲେ ବିକ୍ଷୋଭକାରୀ। କାର ଭିତରେ ସେ ଏବଂ ତାଙ୍କ ୩ ବର୍ଷର ଝିଅ ଥିବାବେଳେ ଗୁଳିମାଡ଼ ହୋଇଥିଲା। ଉଭୟ କୌଶଳକ୍ରମେ ନିକଟରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଲୁଚି ଯାଇଥିଲେ। ପରବର୍ତ୍ତୀ ସମୟରେ କିଛି ଆଇନଜୀବୀମାନେ ଆସି ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ନୁହ ଥାନାରେ ଏକ ମାମଲା ରୁଜୁ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ