Masthead

ମଧ୍ୟମ ଧରଣର ବନ୍ୟା ଆଶଙ୍କା, ବନ୍ୟାକୁ ନେଇ ସୂଚନା ଦେଲେ ଏସଆରସି ସତ୍ୟବ୍ରତ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଥିବା ବେଳେ ଏସଆରସି ସତ୍ୟବ୍ରତ ସାହୁ ଗୁରୁତ୍ୱପୂର୍ଣ୍ଣ ସୁଚନା ଦେଇଛନ୍ତି । ମଧ୍ୟମ ଧରଣର ବନ୍ୟା ଆଶଙ୍କା ଥିବା କହିଛନ୍ତି ଏସଆରସି । ମହାନଦୀରେ ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଭାବିତ ହେବାକୁ ଥିବା ୭ ଜିଲ୍ଲାକୁ ସତର୍କ କରାଯାଇଛି । ୨୩ଟି ଓଡା୍ରଫ, ୮ଟି ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ୬୨ଟି ଟିମକୁ ନିୟୋଜିତ କରାଯାଇଛି । ମୁଣ୍ଡୁଳିରେ ଏବେ ୮ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ଆଗକୁ ୯ ଏକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି । ବନ୍ୟାଜଳ ପ୍ରବାହିତ ହେବାର ୧୨ଘଣ୍ଟା ପରେ ଜଗତସିଂପୁର, କେନ୍ଦ୍ରାପଡା, ପୁରୀର କିଛି ଅଞ୍ଚଳରେ ଏହି ବନ୍ୟା ଜଳ ପହଞ୍ଚିବ । ତେଣୁ ଏହି ୩ ଜିଲ୍ଲାକୁ ପ୍ରଶାସନକୁ ସତର୍କ କହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି ଲଗାଣ ବର୍ଷାକୁ ନେଇ ଏସଆରସି କହିଛନ୍ତି, ଏହାଦ୍ୱାରା ୧୨ଟି ଜିଲ୍ଲାର ୮୨ଟି ବ୍ଲକର ୨୬୪ ପଞ୍ଚାୟତର ୪୮୧ ଗାଁ ପ୍ରଭାବିତ ହୋଇଛି । ବର୍ଷା କମିବା ପରେ ସ୍ଥିତିରେ ସୁଧାର ଆସିଲେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ କୁହାଯାଇଥିବା କହିଛନ୍ତି ଏସଆରସି ସତ୍ୟବ୍ରତ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ