Masthead

ରାସନ ଆଣିବାକୁ ଯାଇ ଭାସିଗଲେ ବୃଦ୍ଧ

ଯାଜପୁର (ବଡ଼ ଖବର ବ୍ୟୁରୋ): ବନ୍ୟା ଜଳରେ ଭାସିଗଲେ ବୃଦ୍ଧ । ଅଗ୍ନିଶମ ବାହିନୀ ଦ୍ୱାରା ମୃତଦେହ ଉଦ୍ଧାର । ମୃତକ ହେଲେ ଅକ୍ଷୟ ନାୟକ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଳା ଶମିଳିଆ ପଞ୍ଚାୟତ ଓଲେଇପଡା ଗ୍ରାମରେ । ବୈତରଣୀ ନଦୀରେ ବନ୍ୟା ଆସିବା ଯୋଗୁ ଏହାର ଶାଖା ବୁଡ଼ା ନଦୀରେ ବନ୍ୟା ଜଳ ପ୍ରବାହିତ ହୋଇଛି । ଅକ୍ଷୟ ରାସନ ସାମଗ୍ରୀ ଆଣିବାକୁ ଯାଇଥିବାବେଳ ବନ୍ୟାଜଳରେ ଭାସିଯାଇଥିଲେ ।

ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ବନ୍ୟା ଜଳରେ ଖୋଜାଖୋଜି କରିବାପରେ ଅକ୍ଷୟକୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ଡାକ୍ତର ଅକ୍ଷୟଙ୍କୁ ମୃତ ଘୋଷଣା କରିଥିଲେ । ଅକ୍ଷୟଙ୍କ ମୃତ୍ୟୁକୁ ନେଇ ଜିଲ୍ଲା ପ୍ରଶାସନ ନିକଟରେ କ୍ଷତି ପୂରଣ ଦାବି କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି