Masthead

ତଳ ମୁଣ୍ଡରେ ପାଣି ପାସ ନ କରିବା ଯାଏଁ ହୀରାକୁଦର କୌଣସି ଗେଟ ଖୋଲାଯିବ ନାହିଁ : ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ୟାକୁ ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତିଙ୍କ ସୂଚନା । କହିଛନ୍ତି ମହାନଦୀରେ ବନ୍ୟା ଜଳ ପ୍ରଭାହିତ ହେଉଛି । ଦିନ ଗୋଟେ ସୁଦ୍ଧା ୮ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରଭାହିତ ହେଉଛି । ଦିନ ୩ ଟା ସୁଦ୍ଧା ଏହା ୯ ଲକ୍ଷରେ ପହଞ୍ଚିବ । ସେଥିପାଇଁ ଆମେ ସମସ୍ତେ ସଜାଗ ଅଛୁ । ହୀରାକୁଦ ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ମହାନଦୀ ଫୁଲୁଛି । ତେଣୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ହେବ । ୫ ଟି ଜିଲ୍ଲାକୁ ସତର୍କ କରାଯାଇଛି । କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଉପରେ ସ୍ୱତନ୍ତ୍ର ନଜର ରଖାଯାଉଛି ।

ବୈତରଣୀରେ ବନ୍ୟା ଜଳ ଖସୁଛି । ଆଖୁଆପଦାଠାରେ ପାଣି କମୁଛି । ବ୍ରାହ୍ମଣୀରେ ଜଳସ୍ତର ବଢୁଛି କିନ୍ତୁ ସମୟ ପରେ ତାହା ସ୍ଥିର ଅବସ୍ଥାକୁ ଆସିବାର ସମ୍ଭାବନା ଦେଖା ଯାଉଛି । ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ପାଣି ପାସ କରିବ । ପୁରୀର କଣାସ, ଅସ୍ତରଙ୍ଗ, ଜଗତସିଂହପୁରର ଏରସମା ଓ ଭଦ୍ରକର ଆଖୁଆପଦାଠାରେ କିଛି ସ୍ଥାନରେ ତଳି ଅଞ୍ଚଳରେ ପାଣି ପଶିଛି । ତଳ ମୁଣ୍ଡରେ ପାଣି ପାସ ନ କରିବା ଯାଏଁ ହୀରାକୁଦର କୌଣସି ଗେଟ ଖୋଲାଯିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ