Masthead

ଟ୍ରକ୍କକୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିଆ ଗାଁ ନିକଟରେ ମର୍ମନ୍ତୁୁଦ ଦୁର୍ଘଟଣା । ଟ୍ରକ୍କକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣା ଏତେ ଭୟାନକ ଥିଲା ଯେ ଘଟଣାସ୍ଥଳରେ ଜଳିଗଲା ଧକ୍କା ଦେଇଥିବା ଟ୍ରକ । ଟ୍ରକ ଭିତରେ ଥିବା ଡ୍ରାଇଭରର ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି । କେନ୍ଦୁଝର ଜିଲ୍ଲାର ସନର ଥାନା ଏନଏଚ ୪୯ ମହୁଲଡିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଆଉ ଏକ ଟ୍ରକକୁ ପଛରୁ ପିଟିଛି ।ବଡ଼ ଧରଣର ଧକ୍କା ହେବା ପରେ ଟ୍ରକଟିରେ ସଙ୍ଗେ ସଙ୍ଗେ ନିଆଁ ଲାଗିଯାଇଛି ।

ଟ୍ରକ ଭିତରେ ଥିବା ଡ୍ରାଇଭର ଜଣଙ୍କ ଗାଡିରୁ ବାହାରି ନ ପାରି ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ ବାହାନୀକୁ ସୂଚନା ଦେଇଥିଲା । ଏହାପରେ ଅଗ୍ନିଶମ ବାହାନୀ ସେଠାରେ ପହଞ୍ଚି ନିଆଁ ଆୟତତ୍ତ ସହ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରିଥିଲା ।  ସ୍ଥାନୀୟ ଲୋକେ ଏପରି ଦୃଶ୍ୟ ଦେଖି ଭୟଭୀତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ