Masthead

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ; ୩ ଯବାନ ସହିଦ

ଜାମ୍ମୁ-କାଶ୍ମୀର(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଆକ୍ରମଣରେ ସେନାର ୩ ଜଣ ଯବାନ ସହିଦ । କୁଲଗାମ ଜିଲ୍ଲାର ହାଲନ ଜଙ୍ଗଲରେ ଆତଙ୍କୀ ସହ ଏନକାଉଣ୍ଟର ହୋଇଥିଲା । ଏଥିରେ ୩ ଜଣ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । କିନ୍ତୁ, ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର ଜମ୍ମୁ ଓ କଶ୍ମୀରର ହାଲାନ୍‌ ଜଙ୍ଗଲରେ ଆତଙ୍କବାଦୀ ଉପସ୍ଥିତି ନେଇ ସେନାକୁ ଖବର ମିଳିଥିଲା । ଏହା ପରେ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ତଲାସି ଅଭିଯାନ ଆରମ୍ଭ ହୋଇଥିଲା ।

ଏହି ସମୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ଏହି ଗୁଳି ବିନିମୟରେ ୩ ଯବାନ ଆହତ ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିସôାଧୀନ ଅବସ୍ଥାରେ ସେମାନଙ୍କ ମୃତୁ୍ୟ ହୋଇଥିବା ସେନା ପକ୍ଷରୁ ସୂଚନା ମିଳିଛି । ଏହି ଘଟଣା ପରେ ହାଲନ୍ ଜଙ୍ଗଲ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ