Masthead

ଆଜି ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚନ୍ଦ୍ର କକ୍ଷରେ ପ୍ରବେଶ କରିବ ଚନ୍ଦ୍ରୟାନ-୩ । ଜୁଲାଇ ୧୩ରେ ଭାରତ ପକ୍ଷରୁ ପ୍ରେରଣ କରାଯାଇଥିବା ଚନ୍ଦ୍ରୟାନ-୩ ଚନ୍ଦ୍ର ଅଭିମୁଖେ ଯାତ୍ରା ଜାରି ରଖିଛି। ଆଜି ସୁଦ୍ଧା ଏହା ମୋଟ ଦୂରତାର ଦୁଇ ତୃତୀୟାଂଶ ପଥ ଅତିକ୍ରମ କରିସାରିଲାଣି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଚନ୍ଦ୍ରଠାରୁ ଚନ୍ଦ୍ରୟାନର ଦୂରତା ପ୍ରାୟ ୪୦ ହଜାର କିଲୋମିଟର ରହିଛି। ଏହି ଦୂରତାରେ ବି ଚନ୍ଦ୍ର ତାହାର ମାଧ୍ୟାକର୍ଷଣ ଦ୍ୱାରା ଚନ୍ଦ୍ରୟାନ-୩କୁ ନିଜ ଆଡ଼କୁ ଟାଣିବ। ଏହା ସତ୍ତ୍ୱେ ଚନ୍ଦ୍ରୟାନ-୩ ଚନ୍ଦ୍ରର କକ୍ଷପଥରେ ପ୍ରବେଶ ପାଇଁ ଉଦ୍ୟମ କରିବ।

ତେଣୁ ଆଜିର ଦିନ ଚନ୍ଦ୍ରଯାନ-୩ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଏବଂ ପରୀକ୍ଷାର ମୁହୂର୍ତ୍ତ। ଭାରତୀୟ ସମୟ ରାତି ପ୍ରାୟ ୭ଟାରେ ଚନ୍ଦ୍ରର ପ୍ରଥମ କକ୍ଷପଥରେ ଛଡାଯିବ । ଏହା ପରେ ଆସନ୍ତାକାଲି ରାତି ପ୍ରାୟ ୧୧ଟାରେ ଚନ୍ଦ୍ରଯାନ-୩କୁ ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ଛଡାଯିବ । ଅଗଷ୍ଟ ୯ରେ ତୃତୀୟ, ୧୪ରେ ଚତୁର୍ଥ ଓ ୧୬ରେ ୫ମ ଲୁନାର ଅର୍ବିଟ୍ ଇଞ୍ଜେକ୍ସନ୍ ଇସ୍ରୋ ପକ୍ଷରୁ କରାଯିବ । ଆସନ୍ତା ୨୩ ତାରିଖରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ । ତେବେ ଇସ୍ରୋର ବୈଜ୍ଞାନିକମାନେ ଭରସା ଦେଇଛନ୍ତି ଯେ ଚନ୍ଦ୍ରଯାନ-୩କୁ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରାଇବାରେ ସେମାନେ ସଫଳ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍