Masthead

ଚନ୍ଦ୍ର ଅଉ ଅଳ୍ପ ଦୂର 

ଚନ୍ଦ୍ର ଅଉ ଅଳ୍ପ ଦୂର 

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ଅଉ ଅଳ୍ପ ଦୂର ଜହ୍ନ। ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି ଚନ୍ଦ୍ରଯାନ -୩ । ଭାରତୀୟ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନ ଦେଇଛି ସୂଚନା । ଇସ୍ରୋ ସୂଚନା ମୁତାବକ ମହାକାଶଯାନକୁ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରାଇବା ପ୍ରକ୍ରିୟା ଅଗଷ୍ଟ ୫ ତାରିଖ ସନ୍ଧ୍ୟା ପ୍ରାୟ ୭ ଟାରେ ଶେଷ ହୋଇଛି । ଗତ ଜୁଲାଇ ୧୪ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଚନ୍ଦ୍ରଯାନ-୩କୁ ଉତକ୍ଷେପଣ କରାଯାଇଥିଲା । ତାପରେ ଏହା ପୃଥିବୀକୁ ଦୀର୍ଘ ୨ ସପ୍ତାହ ଧରି ପରିକ୍ରମା କରିଥିଲା ଏବଂ ଗତ ୧ ତାରିଖରେ ଚନ୍ଦ୍ରୟାନକୁ ଚନ୍ଦ୍ରର କକ୍ଷପଥ ଆଡ଼କୁ ପଠାଇଥିଲା ଇସ୍ରୋ ।

ପୃଥିବୀଠୁ ଚନ୍ଦ୍ରର ହାରାହାରି ଦୂରତା ୩.୮ ଲକ୍ଷ କିଲୋମିଟର ହୋଇଥିବା ବେଳେ, ଆଜି ଏହା ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିସାରିଛି । ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ପୃଥିବୀ ତୁଳନାରେ ଅତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ଥିଲା । ଅଗଷ୍ଟ ୨୩ ଆଡ଼କୁ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ