Masthead

୫୦୮ ରେଳ ଷ୍ଟେସନର ପୂନର୍ବିକାଶ, ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଏହି ସବୁ ଷ୍ଟେସନର ପୁନର୍ବିକାଶ ହେବ । ଦିନ ୧୧ଟାରେ ଭିଡିଓ କନଫରେନ୍ସିଂ ଯୋଗେ ମୋଦି ଆଜି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ପ୍ରଥମ ପର୍ୟ୍ୟାୟରେ ଓଡ଼ିଶାରୁ ୨୫ଟି ଷ୍ଟେସନର ମଧ୍ୟ ପୁନର୍ବିକାଶ ହେବାର ଯୋଜନା ରହିଛି ।

ସେଗୁଡ଼ିକ ହେଲା ସାକ୍ଷୀଗୋପାଳ, ମଞ୍ଚେଶ୍ୱର, ଢେଙ୍କାନାଳ, ଛତ୍ରପୁର, ଅନୁଗୁଳ, ମେରାମଣ୍ଡଳୀ, ବାଲୁଗାଁ, ଲିଙ୍ଗରାଜ ଟେମ୍ପୁଲ ରୋଡ୍, ତାଳଚେର ରୋଡ୍, ଖୋର୍ଦ୍ଧା ରୋଡ୍, କଣ୍ଟାବାଞ୍ଜି, ବରଗଡ଼ ରୋଡ୍, ହୀରାକୁଦ, ରେଢ଼ାଖୋଲ, ବରପାଲି, ମୁନିଗୁଡ଼ା, ବଲାଙ୍ଗିର, ହରିଶଙ୍କର ରୋଡ୍, ଭବାନୀପାଟଣା, ଖରିଆର ରୋଡ୍, ଦାମନଯୋଡ଼ି, ବଡ଼ବିଲ, ରାଜଗାଙ୍ଗପୁର, ବାରିପଦା ଓ ଜଳେଶ୍ୱର । ଏହି ୨୫ଟି ଷ୍ଟେସନ ପାଇଁ ୫୩୧.୮ କୋଟି ବ୍ୟୟବରାଦ ହୋଇଛି ଏବଂ ୩୧ ମାର୍ଚ୍ଚ ୨୦୨୪ ସୁଦ୍ଧା ପୁନର୍ବିକାଶ କାମ ସମ୍ପୂର୍ଣ୍ଣ ହେବ ବୋଲି ସୂଚନା ମିଳିଛି । ଏହି ପ୍ରକଳ୍ପର ମାଷ୍ଟରପ୍ଲାନିଂ ହୋଇଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି