Masthead

ନବୀନଙ୍କ ପୁରୀ ଗସ୍ତ

ପୁରୀ, (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନରେ ପୁରୀ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ଚତୁଃପାଶ୍ୱର୍ର ଐତିହ୍ୟ କରିଡର କାମର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଆସିଥିଲେ । ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ସେ ବଡ଼ଦାଣ୍ଡର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁଃପାଶ୍ୱର୍ର ହେରିଟେଜ୍ କରିଡର ମଧ୍ୟ ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ପୋଲିସ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପୋଲିସ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୦ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା । ଶ୍ରୀମନ୍ଦିର ଚତୁଃପାଶ୍ୱର୍କୁ ଡଗ୍ ସ୍କ୍ୱାଡ୍ ଓ ବମ୍ ସ୍କ୍ୱାଡ୍ ଦ୍ୱାରା ତନ୍ନ ତନ୍ନ କରି ଯାଞ୍ଚ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ୱର ସିଂ ଏବଂ ଉପଜିଲ୍ଲାପାଳ ଭବତାରଣ ସାହୁ ଶ୍ରୀମନ୍ଦିର ଚତୁଃପାଶ୍ୱର୍ ସମୀକ୍ଷା କରିବା ସହ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ ।

ଅପରପକ୍ଷରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ବିଭିନ୍ନ ସ୍ଥାନରେ ଯୁବ କଂଗ୍ରେସ ପକ୍ଷରୁ କଳାପତାକା ପ୍ରଦର୍ଶନ କରାଯାଇଥିଲା । ପୁରୀ ଯିବା ସମୟରେ ପ୍ରଥମେ ଅଠରନଳାଠାରେ, ପରେ ମାଉସୀମା’ ମନ୍ଦିର ସମ୍ମୁଖରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ଆସି କଳାପତାକା ପ୍ରଦର୍ଶନ କରିଥିଲେ କଂଗ୍ରେସ କର୍ମୀ । ପୋଲିସ ସେମାନଙ୍କୁ କାବୁ କରିବା ପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ବଢ଼ିଥିଲା । ମୁଖ୍ୟମନ୍ତ୍ରୀ ଗସ୍ତ ସାରି ଫେରିବା ସମୟରେ ବଗଲା ଧର୍ମଶାଳା ସମ୍ମୁଖରେ ପୁଣି ଥରେ କଳାପତାକା ପ୍ରଦର୍ଶନ କରାଯାଇଥିବା ସୂଚନା ମିଳିଛି । ଏହି ଘଟଣାରେ ପୋଲିସ କିଛି କଂଗ୍ରେସକର୍ମୀଙ୍କୁ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ