Masthead

ମଣିପୁର ସରକାରରୁ ଓହରିଲେ ୨ କୁକି ବିଧାୟକ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ଉଗ୍ର ହେଉଛି ମଣିପୁର ହିଂସା । ୨୪ ଘଣ୍ଟାରେ ୬ ଜଣଙ୍କ ହେଲାଣି ମୃତ୍ୟୁ । ଗୋଷ୍ଠୀ ସଂଘର୍ଷରେ ୬ ଜଣଙ୍କ ମୃତ୍ୟୁ ହୋଇଥବା ବେଳେ ୧୬ ଆହତ ହୋଇଥିବା ସୂଚନା ରହିଛି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ଅଧିକ ସୁରକ୍ଷାକର୍ମୀ ପଠାଇଲା କେନ୍ଦ୍ର । ଅତିରିକ୍ତ ୮ ଶହ କେନ୍ଦ୍ରୀୟ ଫୋର୍ସ ମଣିପୁର ପଠାଇଲା କେନ୍ଦ୍ର । ସେପଟେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ସହଯୋଗୀ କୁକି ପିପୁଲ୍ସ ଆଲାଏନ୍ସ (କେପିଏ)ର ୨ ଜଣ ବିଧାୟକ ରବିବାର ବୀରେନ୍‌ ସିଂ ସରକାରଙ୍କଠାରୁ ସମର୍ଥନ ପ୍ରତ୍ୟାହାର କରିଛନ୍ତି।

ଦୁଇ ବିଧାୟକ ହେଲେ କିମ୍‌ନେଓ ହଙ୍ଗସିଂ(ସାଇକୁଲ) ଏବଂ ଚିନ୍‌ଲୁନ୍‌ଥାଙ୍ଗ୍‌(ସିଙ୍ଗତ)। ମଣିପୁରର ସାମ୍ପ୍ରତିକ ସ୍ଥିତିକୁ ନେଇ ଉପଯୁକ୍ତ ବିଚାରବିମର୍ଶ ପରେ ଉଭୟେ ସରକାରରୁ ଓହରିଯାଇଥିବା ବିଷୟ ରାଜ୍ୟପାଳ ଅନୁସୂୟା ଉଇକେଙ୍କୁ ପ୍ରଦାନ କରିଥିବା ଏକ ପତ୍ରରେ ଉଲ୍ଲେଖ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି