Masthead

ଅନୁଷ୍ଠିତ ହୋଇଛି ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ):  ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ନରୋତ୍ତମ କଲ୍ୟାଣ ମଣ୍ଡପ ଠାରେ ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ରାଶୀ ବଣ୍ଟନ ଶିବିର କାର୍ୟ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଜିଲ୍ଲାପାଳ ବିମଳେନ୍ଦୁ ରଏ ସଭାପତିତ୍ୱ କରିଥିବା ବେଳେ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବରେ ଓ ତରଭା ବ୍ଲକ ଅଧକ୍ଷ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ଏହି ଶିବିରରେ ମୋଟ ୫୧୦ଜଣ ନିର୍ମାଣ ଶ୍ରମିକ ଲାଭାର୍ଥିଙ୍କୁ ପାଖାପାଖି ୨କୋଟି ୯୭ଲକ୍ଷ ଟଙ୍କାର ସହାୟତା ବଣ୍ଟନ କରାଯାଇଥିଲା । ୪୯ଜଣ ଲାଭାର୍ଥିଙ୍କୁ ଶିକ୍ଷା ସହାୟତା, ୩୦୦ଜଣଙ୍କୁ ବିବାହ କାଳୀନ ସହାୟତା, ୨୫ଜଣଙ୍କୁ ପ୍ରସୃତୀ କାଳୀନ ସହାୟତା ଓ ୬୮ଜଣ ଲାଭାର୍ଥିଙ୍କୁ ମୃତ୍ୟୁ କାଳୀନ ସହାୟତା ରାଶୀ ପ୍ରଦାନ କରାଯାଇଥିଲା । ନିର୍ମାଣ ଶ୍ରମିକ ମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବଦ୍ଧପରିକର ରହିଥିବା ବେଳେ ଶ୍ରମିକ କଲ୍ୟାଣ ନିମନ୍ତେ ଆସୁଥିବା ସମସ୍ତ ସହାୟତା ଠିକ ସମୟରେ ଯୋଗାଇ ଦିଆଯାଉଥିବା କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ଓ ଜିଲ୍ଲା ଶ୍ରମ ଅଧିକାରୀ । ଅନୁଷ୍ଠିତ ହୋଇଛି ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନ ଶିବିର କାର୍ଯ୍ୟକ୍ରମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ