ସାଇଁକୂଳ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ଟ୍ରକ ମାଲିକ ସଂଘ ପକ୍ଷରୁ ନୂତନ କ୍ୟାବିନ୍ ଉଦଘାଟିତ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଳକ ସାଇଁକୂଳ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ଜିଲ୍ଲା ଟ୍ରକ ମାଲିକ ସଂଘ ପକ୍ଷରୁ ନିର୍ମିତ ହୋଇଥିବା ନୂତନ କ୍ୟାବିନ ଶୁଭ ଉଦଘାଟିତ ହୋଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ସ୍ୱତନ୍ତ୍ର ଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଫିତା କାଟି ଉଦଘାଟିତ କରିଥିଲେ । ଜିଲ୍ଲା ଟ୍ରକ୍ ମାଲିକ ସଂଘ ସଭାପତି ରମାକାନ୍ତ ନାୟକ, ଉପ ସଭାପତି ଦିଲ୍ଲୀପ କୁମାର ପଣ୍ଡା, ସମ୍ପାଦକ ସୂର୍ୟ୍ୟ ନାରାୟଣ କର,ସହ ସମ୍ପାଦକ ଦେବାଶିଷ ପଟ୍ଟନାୟକ, ଯୁବନେତା ଦେବଦତ୍ତ ନାୟକ ଙ୍କ ସମେତ ବହୁ ଟ୍ରକ୍ ମାଲିକ ସଂଘର ସଦସ୍ୟ ଉପସ୍ଥିତ ଥିଲେ। ଏହି ଭଳି ଏକ ମହତ କାର୍ୟ୍ୟକୁ ଅତିଥିମାନେ ପ୍ରଶଂସା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!