Masthead

ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ । ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ତ୍ରିପୁରାର ଉଦୟପୁର ଠାରେ ୧୯୬୧ ମସିହା ଅକ୍ଟୋବର ୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ।

କଲିକତା ବିଶ୍ବବିଦ୍ୟାଳୟରୁ ଆଇନ୍‌ରେ ସ୍ନାତକ ହାସଲ କରିବା ପରେ ୧୯୯୦ରୁ ସେ ଆଇନ ବ୍ୟବସାୟ ଆରମ୍ଭ କରିଥିଲେ। ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳ ପ୍ରଦେଶ ଭଳି ବାର କାଉନସିଲର ସଦସ୍ୟ ଥିଲେ । ଏହା ପରେ ୨୦୧୧ରେ ସେ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ଅନ୍ୟପଟେ ୨୦୧୨ ଜୁନ ୧୦ ତାରିଖରୁ ଆଜି ଯାଏଁ ସେ ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ୟ୍ୟ ମଧ୍ୟ କରି ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା