ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ । ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ତ୍ରିପୁରାର ଉଦୟପୁର ଠାରେ ୧୯୬୧ ମସିହା ଅକ୍ଟୋବର ୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ।

କଲିକତା ବିଶ୍ବବିଦ୍ୟାଳୟରୁ ଆଇନ୍‌ରେ ସ୍ନାତକ ହାସଲ କରିବା ପରେ ୧୯୯୦ରୁ ସେ ଆଇନ ବ୍ୟବସାୟ ଆରମ୍ଭ କରିଥିଲେ। ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳ ପ୍ରଦେଶ ଭଳି ବାର କାଉନସିଲର ସଦସ୍ୟ ଥିଲେ । ଏହା ପରେ ୨୦୧୧ରେ ସେ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ଅନ୍ୟପଟେ ୨୦୧୨ ଜୁନ ୧୦ ତାରିଖରୁ ଆଜି ଯାଏଁ ସେ ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ୟ୍ୟ ମଧ୍ୟ କରି ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ