Masthead

ହାଇଦ୍ରାବାଦ ଆଇଆଇଟିରେ ଓଡିଆ ଛାତ୍ରୀଙ୍କ ମୃତ୍ୟୁ

ସୋନପୁର(ବଡ଼ ଖବର ବ୍ୟୁରୋ): ଆଇଆଇଟି ହାଇଦ୍ରାବାଦରେ ଓଡ଼ିଆ ଛାତ୍ରୀଙ୍କ ଆତ୍ମହତ୍ୟା । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ମୃତ ଛାତ୍ରୀ ହେଉଛନ୍ତି ମମିତା ନାୟକ । ତାଙ୍କ ଘର ସୁବର୍ଣ୍ଣପୁର ଜିଲ୍ଲା ସୁବଳିଆ ଥାନା ଡୁମୁରି ଗାଁରେ । ମମିତାଙ୍କ ବୟସ ୨୧ ବର୍ଷ । ମମିତା ଜୁଲାଇ ୨୬ ତାରିଖରେ ତେଲେଙ୍ଗାନା ସଙ୍ଗାରେଡ୍ଡିଠାରେ ଥିବା ଆଇଆଇଟି ହାଇଦ୍ରାବାଦରେ ଏମଟେକରେ ନାମ ଲେଖାଇଥିଲେ ।

ମମିତା ଆତ୍ମହତ୍ୟା କରିଥିବା କଲେଜ କତ୍ତୃପକ୍ଷ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରିବା ସହ ଏକ ସୁଇସାଇଡ ନୋଟ ଜବତ କରିଥିଲା । ପାଠପଢାର ବୋଝ ଏବଂ ଆର୍ଥିକ ଅବସ୍ଥା ପାଇଁ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରେ ଉଲ୍ଲେଖ ଅଛି ।

ତେବେ ଛାତ୍ରୀ ଜଣକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ମମିତାଙ୍କ ପରିବାର ଲୋକେ ର‌୍ୟାଗିଂ କରି ମାରିଦେଇଥିବା ଅଭିଯୋଗ କରିଛନ୍ତି । ମାତ୍ର ୧୦ ଦିନରେ ଛାତ୍ରୀ ଜଣକ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ । ଆଜି ସନ୍ଧ୍ୟା ପର‌୍ୟ୍ୟନ୍ତ ମମିତାଙ୍କ ମୃତ ଦେହ ଗାଁ ରେ ପହଞ୍ଚିବ ବୋଲି ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା