Masthead

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କେନାଲ ପାଶ୍ୱର୍ରୁ ଉଦ୍ଧାର ହେଲା ମହିଳାଙ୍କ ମୃତ ଦେହ । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅଧିନସ୍ଥ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

ଉଦ୍ଧାର କରିଛି କୋକସରା ପୋଲିସ । ମୃତକ ଜଣକ କନ୍ଦା ବୁଟୁରା ପଞ୍ଚାୟତ ତୁନ ଗାଁର ସୋମନାଥ ଶବରଙ୍କ ସ୍ତ୍ରୀ ସୁରେଖା ଶବର (୫୭) ବୋଲି ଜଣା ପଡିଛି ।ସୂଚନା ଅନୁଯାଇ ଆଜି ସକାଳୁ କୈବଲ୍ୟ ମାଝୀ ନିଜ ଚାଷ ଜମିକୁ କାମ କରିବା ପାଇଁ ଆସିବାରୁ ନିଜ ଜମି ହୁଡ଼ାରେ ମୃତ ଦେହ ଝୁଲୁ ଥିବାର ଦେଖି କାଶିବାହାଲ ସରପଞ୍ଚଙ୍କୁ ଜଣାଇ ଥିଲେ ।

ସରପଞ୍ଚ କୋକସରା ଥାନାକୁ ଖବର ଦେବା ପରେ ଘଟଣା ସ୍ଥଳରେ କୋକସରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ କୋକସରା ମେଡିକାଲ୍କୁ ପଠା ଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା