Masthead

‘ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରତିବର୍ଷ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ । ୧୯ଟି ପ୍ରସ୍ତାବରେ ଲାଗିଲା ମୋହର । ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର । ଅସ୍ତରଙ୍ଗ, ଗୋପ, କାକଟପୁରରେ ହେବ ପାନୀୟ ଜଳ ପ୍ରକଳ୍ପ । ଡେଲାଙ୍ଗ, ପୁରୀ ସଦର, ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ । ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରତିବର୍ଷ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ । ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା । ରାଜ୍ୟର ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ଲ୍ୟାବ ଓ ସୁଦୃଢ ଦକ୍ଷତା ପରିବେଶ ପ୍ରତିଷ୍ଠା ହେଲେ ସ୍କିଲ୍ଡ-ଇନ୍-ଓଡ଼ିଶା ବ୍ରାଣ୍ଡକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ । ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରୀ । ଯାହାଦ୍ୱାରା ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗ ସୁବିଧା ।

୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ । ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗ କୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସାହାୟକ ହେବ । ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଆଡ଼ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୁବକ ଯୁବତୀ ମାନଙ୍କ ପାଇଁ ଡିଜିଟାଲ ଓ ଇ ପାଠ୍ୟକ୍ରମ ରଖାଯିବ । ରାଜ୍ୟ ର ୩୦ ଟି ଜିଲ୍ଲାରେ ଏହା କାର୍ୟ୍ୟକାରୀ ହେବାକୁ ଥିବାବେଳେ ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ । ସେହିଭଳି ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା ବାବଦକୁ କ୍ୟାବିନେଟରେ ଅର୍ଥ ମଞ୍ଜୁରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ