Masthead

ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ବିଜୁ ବାବୁଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ

କଟକ(ବଡ଼ ଖବର ବ୍ୟୁରୋ): ବାର୍ଦ୍ଧକ୍ୟ ଭତ୍ତା ଆବେଦନ କଲେ ବିଜୁ ବାବୁଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ୍ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବା ପାଇଁ ଦରଖାସ୍ତ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ଡାକ୍ତର ଜର୍ଜ ପଟ୍ଟନାୟକଙ୍କ ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକଙ୍କ ଏପରି ଅବସ୍ଥା ସମଗ୍ର ରାଜ୍ୟବାସୀଙ୍କୁ ଚକିତ କରିଛି।

ଦିଲ୍ଲୀପ ପଟ୍ଟନାୟକ ବାର୍ଦ୍ଧକ୍ୟ ଅବସ୍ଥାରେ ପହଞ୍ଚି ସାରିଥିବା ବେଳେ ବହୁ ରୋଗରେ ଘାଣ୍ଟି ହେଉଛନ୍ତି। ହେଲେ ନା ଔଷଧ ପାଇଁ ଟଙ୍କା ଅଛି ନା ସେବା ସୁଶ୍ରୁସା କରିବାକୁ ନିଜର କେହି ଅଛି। ତେଣୁ ନିଜକୁ ଅସହାୟ ଦର୍ଶାଇ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଭାଇ। ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ନିଜକୁ ସାମିଲ କରିବାକୁ ସେ ଆବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ