Masthead

ବାଦଲ ଫଟା ବର୍ଷାରେ ଚାଲିଗଲା ୭ ଜୀବନ

ହିମାଚଳ ପ୍ରଦେଶ (ବଡ଼ ଖବର ବ୍ୟୁରୋ):ହିମାଚଳ ପ୍ରଦେଶରେ ଭୟଙ୍କରପରିସ୍ଥତି ସୃଷ୍ଟି ହେଇଛି । ହିମାଚଳ ପ୍ରଦେଶରେ ବର୍ଷା ବିପତ୍ତି ଆଣିଛି । ପ୍ରକୃତି କୋପରେ ହିମାଚଳରେ କରୁଣ ପରିସ୍ଥିତି ଦେଖାଦେଇଛି । ବାଦଲ ଫଟା ବର୍ଷାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସୋଲାନ ଜିଲ୍ଲା ଡାଡୋନ ଗାଁରେ ବାଦଲ ଫଟା ବର୍ଷାରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ନିଖୋଜ ଅଛନ୍ତି । ୭ଜଣଙ୍କ ମୃତ୍ୟୁ ନେଇ ହିମାଚଳର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସୁଖୁ ଶୋକ ପ୍ରକାଶ କରିଛନ୍ତି ।

ଯେଉଁଠାରେ ଏହି ବାଦଲ ଫଟା ବର୍ଷା ହୋଇଛି, ଉଭୟ ପାଶ୍ୱର୍ରୁ ରାସ୍ତା ଭାଙ୍ଗି ଯାଇଛି ଏବଂ ଏହି କାରଣରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିବାରେ ଅସୁବିଧା ଭୋଗ କରୁଛନ୍ତି । ଅଳିଆ ଗଦାରୁ ଏକ ଛୋଟ ଝିଅର ମୃତଦେହ ଉଦ୍ଦାର କରାଯାଇଛି । ଅତ୍ୟଧିକ ବର୍ଷା କାରଣରୁ ରାଜ୍ୟର ସମୁଦାୟ ୬୧୬ ରାସ୍ତାକୁ ବନ୍ଦ କରି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ