Masthead

ଡେଲିଭରି ବଏଙ୍କୁ ମରଣାନ୍ତକ ଆକ୍ରମଣ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଅନଲାଇନରେ ମୋବାଇଲ ମଗାଇଲେ । ଡେଲିଭରି କରିବାକୁ ଆସିଥିବା ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟିନେବାକୁ ବସିଥିଲେ ଦୁବୃର୍ତ୍ତ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର କମର୍ଦ୍ଦା ଥାନା ବାହାର୍ଦା ଗାଁରେ ଘଟିଛି ଏଭଳି ଘଟଣା । ଇକକାର୍ଟରେ କାମ କରୁଥିବା ନିର୍ମାଲ୍ୟ ଦାସଙ୍କୁ ଦୁବୃର୍ତ୍ତମାନେ ମରଣାନ୍ତକ ଆକ୍ରମଣ ସାମଗ୍ରୀ ଲୁଟି ନେବାକୁ ବସିଥିଲେ । ବେଲ୍ଟରେ ନିର୍ମାଲ୍ୟଙ୍କ ବେକକୁ ଚାପି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ ।

ସୌଭାଗ ବଶତଃ କିଛି ପଥଚାରୀ ସେହି ସମୟରେ ଚାଲିଆସିବାରୁ ଦୁବୃର୍ତ୍ତମାନେ ଫେରାର ହୋଇଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇଜଣ ଲୋକଙ୍କ ହାବୁଡ଼ରେ ପଡ଼ିଯାଇଛନ୍ତି । ଲୋକେ ଉତ୍ତମ ମଧ୍ୟମ ଦେବା ପରେ ପୋଲିସକୁ ଦେଇଥିଲେ । ଦୁବୃର୍ତ୍ତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି ।

ଚାରିଦିନ ତଳେ ଭୋଗରାଇ ଅଞ୍ଚଳରେ ଥିବା ୟୁକୋ ବ୍ୟାଙ୍କରୁ ଅଢ଼େଇ କୋଟି ଟଙ୍କା ଲୁଟ୍ ହୋଇଥିଲା । ଏହି ଘଟଣାରେ ସମସ୍ତଙ୍କୁ ପୋଲିସ ଧରି ନ ଥିବାବେଳେ ଏବେ ପୁଣି ଏହି ଘଟଣା ସ୍ଥନୀୟ ଅଞ୍ଚଳରେ ଆତଙ୍କ ଖେଳାଇଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି