Masthead

ଆସନ୍ତାବର୍ଷ ମୁଁ ପୁଣି ଆସିବି… ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ଗର୍ବର ସହ ପାଳନ କରୁଛି ୭୭ତମ ସ୍ୱାଧୀନତା ଦିବସ । ବିଶ୍ୱ ଦେଖୁଛି ଭାରତର ତାକତ । ୭୬ବର୍ଷ ଭିତରେ ଭାରତ କେତେ ପ୍ରଗତି କରିଛି ତା’ର ଝଲକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୯୦ ମିନିଟରୁ ଅଧିକ ସମୟ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀଙ୍କ ବିଷୟରେ ଏବଂ ମଣିପୁର ବିଷୟରେ କହିଛନ୍ତି। ଏଥିସହିତ ରାଜନୈତିକ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ସମ୍ବୋଧନର ଶେଷ ଭାଗରେ ସେ ୨୦୨୪ରେ ପୁଣି ଥରେ ଫେରିବା ବିଷୟରେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ପରବର୍ତ୍ତୀ ସମୟରେ ଅଗଷ୍ଟ ୧୫ରେ ଏହି ଲାଲକିଲାରୁ ମୁଁ ଦେଶର ଉପଲବ୍ଧତା, ଏହାର ସଫଳତା ଏବଂ ଗୌରବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦୁର୍ନୀତି ଭାରତର ବିକାଶକୁ ବନ୍ଦ କରିଦେଉଛି । ତ୍ରୁଣମୂଳ ସ୍ତରରୁ ଦୁର୍ନୀତିକୁ ହଟାଇବାର ସମୟ ଆସିଛି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଶେଷ ଥର ପାଇଁ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଲଗାତାର ତାଙ୍କର ୧୦ମ ସ୍ୱାଧୀନତା ଦିବସ ସମାରୋହରେ ଦେଶବାସୀଙ୍କ ଉଦେ୍ଦଶ୍ୟରେ ଫ୍ଲାଗସିମ୍ ସ୍ମିମ୍ ଉନ୍ମୋଚନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି