Masthead

ଆସନ୍ତାବର୍ଷ ମୁଁ ପୁଣି ଆସିବି… ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ଗର୍ବର ସହ ପାଳନ କରୁଛି ୭୭ତମ ସ୍ୱାଧୀନତା ଦିବସ । ବିଶ୍ୱ ଦେଖୁଛି ଭାରତର ତାକତ । ୭୬ବର୍ଷ ଭିତରେ ଭାରତ କେତେ ପ୍ରଗତି କରିଛି ତା’ର ଝଲକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୯୦ ମିନିଟରୁ ଅଧିକ ସମୟ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀଙ୍କ ବିଷୟରେ ଏବଂ ମଣିପୁର ବିଷୟରେ କହିଛନ୍ତି। ଏଥିସହିତ ରାଜନୈତିକ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ସମ୍ବୋଧନର ଶେଷ ଭାଗରେ ସେ ୨୦୨୪ରେ ପୁଣି ଥରେ ଫେରିବା ବିଷୟରେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ପରବର୍ତ୍ତୀ ସମୟରେ ଅଗଷ୍ଟ ୧୫ରେ ଏହି ଲାଲକିଲାରୁ ମୁଁ ଦେଶର ଉପଲବ୍ଧତା, ଏହାର ସଫଳତା ଏବଂ ଗୌରବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦୁର୍ନୀତି ଭାରତର ବିକାଶକୁ ବନ୍ଦ କରିଦେଉଛି । ତ୍ରୁଣମୂଳ ସ୍ତରରୁ ଦୁର୍ନୀତିକୁ ହଟାଇବାର ସମୟ ଆସିଛି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଶେଷ ଥର ପାଇଁ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଲଗାତାର ତାଙ୍କର ୧୦ମ ସ୍ୱାଧୀନତା ଦିବସ ସମାରୋହରେ ଦେଶବାସୀଙ୍କ ଉଦେ୍ଦଶ୍ୟରେ ଫ୍ଲାଗସିମ୍ ସ୍ମିମ୍ ଉନ୍ମୋଚନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ