Masthead

ହିମାଚଳ ପ୍ରଦେଶରେ ଭୂସ୍ଖଳନ, ୫୫ରୁ ଅଧିକ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ । ବଢି ଚାଲିଛି ଭୂସ୍ଖଳନ । ରାଜଧାନୀ ସିମଲାର କ୍ରିଷ୍ଣ ନଗର ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏକ ଘର ଦବି ହୋଇଯାଇଥିବାରୁ ଅନେକ ଲୋକ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି । କୋଠାଟି ହଠାତ୍ ଭୁଶୁଡ଼ିପଡ଼ିବାରୁ ଅନେକ ଯାନବାହନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । କୋଠା ଉପରେ ଏକ ଗଛ ପଡ଼ିବାରୁ କୋଠାଟି ଭୁଶୁଡ଼ି ପଡ଼ିଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହ ବରିଷ୍ଠ ଅଧିକାରୀଙ୍କ ସହ ଜରୁରୀ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ କେଉଁଠି ଭସ୍ଖଳନ ତ ପୁଣି କେଉଁଠି ହେଉଛି ବାଦଲଫଟା ବର୍ଷା । ସେହିପରି ଉତରାଖଣ୍ଡ ମଧ୍ୟ ଭୀଷଣ ମାତ୍ରାରେ କ୍ଷତିଗସ୍ତ ହୋଇଛି ।ଭୂସ୍ଖଳନ ଓ ବାଦଲ ଫଟା ବର୍ଷା ଯୋଗୁଁ ରାଜ୍ୟରେ ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ଏହାସହ ଅନେକ ଲୋକ ନିଖୋଜ ଥିବା ମଧ୍ୟ ସୂଚନା ମିଳିଛି । ପ୍ରବଳ ବର୍ଷା ଯୋଗୁଁ ୧୧୪ ବର୍ଷ ପୁରୁଣା କାଲକା-ଶିମଲା ରେଲୱେ ଟ୍ରାକ୍ ମଧ୍ୟ ସମ୍ପୂର୍ଣ୍ଣ ରୂପେ କ୍ଷତିଗ୍ରସ୍ତ ହୋଇଛି ।ଭୂସ୍ଖଳନ ପାଇଁ ଏବେ ବି ଅନେକ ମାଟି ତଳେ ଫସିଥିବା ସନ୍ଦେହ ହେଉଛି । ରବିବାର ଠାରୁ ବର୍ଷା ଲାଗି ରହିଥିବାରୁ ଏକାଧିକ ସ୍ଥାନରେ ଭୂସ୍ଖଳନ ହୋଇଛି । ଉଦ୍ଧାର କାର୍ୟ୍ୟରେ ଏନଡିଆରଏଫ, ଆଇଟିବିପି,ଏସଡିଆରଏଫ, ଆର୍ମି, ପୋଲିସ ମୁତୟନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା