Masthead

ଆଉ ୭ ଦିନ ପରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଆଜି ଗତି ପରିବର୍ତ୍ତନ କରି ଆହୁରି ନିକଟତର ହେବ । ଆଉ ୭ ଦିନ ପରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ । ଇସ୍ରୋ ଏହାର କକ୍ଷକୁ ଚନ୍ଦ୍ରପୃଷ୍ଠରୁ ୧୦୦ କିଲୋମିଟର ଉପର ପର୍ଯ୍ୟନ୍ତ ହ୍ରାସ କରିବା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ହାତକୁ ନେବ । ଚନ୍ଦ୍ରଯାନ-୩କୁ ୧୦୦ କିଲୋମିଟର ବୃତାକାର କକ୍ଷକୁ ନେବା ପାଇଁ ବିଭିନ୍ନ ପ୍ରକ୍ରିୟା କରାଯାଇଛି । ଏଥିରୁ ଯୋଜନା ଅନୁସାରେ ୨ଟି ପ୍ରକ୍ରିୟା ସଫଳତାର ସହ ଶେଷ ହୋଇଛି ।

ତେଣୁ ଆଜି ଯେଉଁ ପ୍ରକ୍ରିୟା କରାଯିବ ତାହା ଚନ୍ଦ୍ରଯାନ-୩କୁ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ । ଚନ୍ଦ୍ରଯାନ-୩ ପାଇଁ ସବୁଠୁ ବଡ଼ ଆହ୍ୱାନ ହେଉଛି ଏହାର ସଫ୍ଟ ଲ୍ୟାଣ୍ଡିଂ । ଆସନ୍ତାକାଲି ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା