Masthead

ଶ୍ରୀଜିଉଙ୍କୁ ଦର୍ଶନ କଲେ ଅର୍ଥମନ୍ତ୍ରୀ

ପୁରୀ(ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଅର୍ଥମନ୍ତ୍ରୀ । କୌଳିକ ପଣ୍ଡା ଶ୍ରୀଜିଉଙ୍କ ଦର୍ଶନ କରାଇଥିଲେ । ଶ୍ରୀମନ୍ଦିରରେ କିଛି ସମୟ ରହି ପୂଜାର୍ଚ୍ଚନା କରିଥିଲେ ନିର୍ମଳା ସୀତାରମଣ ।

ଅର୍ଥମନ୍ତ୍ରୀ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଅରୁଣ ସ୍ତମ୍ଭକୁ ମୁଣ୍ଡିଆ ମାରିଥିଲେ । ଏହାପରେ ଆଣଣ୍ଠୁମାଡି ମୁଣ୍ଡିଆ ମାରି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ଅର୍ତମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଉପସ୍ଥିତ ଥିଲେ । ଏହାପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ସଦାଶିବ କ୍ୟମ୍ପସରେ ଆୟୋଜିତ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହୋଇ ବୃକ୍ଷ ରୋପଣ କରିବେ ।

ଏହାପରେ ସାଢେ୧୦ଟାରେ ବୀରହରେକୃଷ୍ଣପୁରରେ ଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ଜୟୀରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ । ସେଠାରୁ ଅମୃତ କଳା ଯାତ୍ରାର ଶୁଭାରମ୍ଭ ହେବ । ପୁରୀରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଫେରିବେ ଦୁଇ କେନ୍ଦ୍ରମନ୍ତ୍ରୀ । ଏହାପରେ ଅପରାହ୍ନ ୫ଟାରେ ଦୁଇ କେନ୍ଦ୍ରମନ୍ତ୍ରୀ ବିଂଶତମ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ