Masthead

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆଗାମୀ ୩ଘଂଟା ପାଇଁ ଟ୍ୱିନ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସକାଳ ସାଢେ ୮ଟାରୁ ଶନିବାର ସକାଳ ସାଢେ ୮ଟା ଯାଏଁ ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ପୁରୀରେ ସର୍ବାଧିକ ୬୬.୨ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି