Masthead

ଆୟରଲାଣ୍ଡକୁ ୨ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଭାରତ-ଆୟରଲାଣ୍ଡ ପ୍ରଥମ ଟି-୨୦ରେ ଭାରତ ୨ ରନରେ ବିଜୟୀ ହୋଇଛି । ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରାଙ୍କ ସଫଳ ପ୍ରତ୍ୟାବର୍ତ୍ତନ ବଳରେ ଆୟରଲାଣ୍ଡ ବିପକ୍ଷ ପ୍ରଥମ ଟ୍ବେଣ୍ଟି୨୦ରେ ଭାରତ ବିଜୟ ହାସଲ କରିଛି। ଶୁକ୍ରବାର ଡବ୍‌ଲିନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତ ଡକ୍‌ୱଥ୍‌ ଲୁଇସ୍‌ ନିୟମ ଆଧାରରେ ୨ରନରେ ଆୟରଲାଣ୍ଡକୁ ପରାସ୍ତ କରିଛି। ଭାରତ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରେ ୧-୦ରେ ଆଗୁଆ ରହିଛି।

ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ୨୦ ଓଭରରେ ୭ୱିକେଟ ହରାଇ ୧୩୯ ରନ କରିଥିଲେ । ଜବାବରେ ଭାରତ ୬.୫ ଓଭର ଖେଳି ୨ ୱିକେଟ ବିନିମୟରେ ୪୭ରନ କରିଥିବାବେଳେ ବର୍ଷା ହୋଇଥିଲା। ବର୍ଷା ଲାଗିରହିଥିବାରୁ ମ୍ୟାଚ ଆଉ ସମ୍ଭବପର ନଥିଲା। ଫଳରେ ଡକ୍‌ୱଥ୍‌ ଲୁଇସ୍ ନିୟମ ଆଧାରରେ ଭାରତକୁ ୨ରନରେ ବିଜେତା ଘୋଷଣା କରାଯାଇଥିଲା। ୧୪୦ରନର ବିଜୟ ଲକ୍ଷ୍ୟକୁ ଦୁଇ ଭାରତୀୟ ଓପନର ଯଶସ୍ବୀ ଜୟସୱାଲ ଓ ଋତୁରାଜ ଗାଏକ୍ବାର୍ଡ ଦୃଢତାର ସହିତ ପିଛା କରିଥିଲେ।

ଉଭୟେ ୬ ଓଭର ପାୱାର ପ୍ଲେ ରୁ ୪୫ରନ ସଂଗ୍ରହ କରିଥିଲେ। ଦଳ ୧ରନ ବ୍ୟବଧାନରେ ଦୁଇଟି ୱିକେଟ ହରାଇଥିଲା। ୪୬ରନ ସ୍କୋର ଥିବାବେଳେ ଯଶସ୍ବୀ ୨୪ ଓ ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ଶୃଙ୍ଖଳାରେ ଭଲ ପ୍ରଦର୍ଶନ କରିଥିବା ତିଲକ ବର୍ମା ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ୩ୟ ୱିକେଟରେ ଋତୁରାଜ୍‌ ଓ ସଞ୍ଜୁ ସାମସନ ଅବିଭାଜିତ ୧ରନ ଯୋଡିଥିଲେ। ଖେଳ ବନ୍ଦ ବେଳକୁ ଋତୁରାଜ ୧୯ ଓ ସାମସନ ୧ରନ କରି ଅପରାଜିତ ରହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ