ଆଜି କୋଲକାତାକୁ ବିଜୟ ଭେଟି ଦେଇପାରିବେ କି ମୋର୍ଗାନ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଜି ଆଇପିଏଲର ୩୫ତମ ମ୍ୟାଚରେ ମୁହାଁମୁହିଁ ହେବେ କୋଲକାତା ନାଇଟ ରାଇଡର୍ସ ଓ ସନ ରାଇଜର୍ସ ହାଇଦ୍ରାବାଦ। ଡେଭିଡ୍ ୱାର୍ଣ୍ଣରଙ୍କୁ ଟକ୍କର ଦେବେ କୋଲକାତାର ନୂଆ ଅଧିନାୟକ ଇଓନ୍ ମୋର୍ଗାନ। ଉଭୟ ଦଳ ଆଜି ସେମାନଙ୍କ ନବମ ମ୍ୟାଚ ଆବୁଧାବିରେ ଖେଳିବେ। କୋଲକାତା ୮ଟି ମ୍ୟାଚରୁ ୪ଟି ବିଜୟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହିଛି । ହାଇଦ୍ରାବାଦ ୮ଟି ମ୍ୟାଚରୁ ୩ ବିଜୟ ସହ ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନରେ ରହିଛି। କୋଲକାତାର ଅଧିନାୟକତ୍ୱ ଗ୍ରହଣ କରିବା ପରେ ପ୍ରଥମ ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଥିବା ମୋର୍ଗାନ ଆଜିର ମ୍ୟାଚରେ ଭଲ ପ୍ରଦର୍ଶନ କରିବା ଆଶାରେ ପଡ଼ିଆକୁ ଓହ୍ଲାଇବେ।

ଅପରପକ୍ଷରେ ଆଇପିଏଲ ଇତିହାସରେ ଉଭୟ ଦଳ ୧୮ ଥର ମୁହାଁମୁହିଁ ହୋଇଛନ୍ତି। କୋଲକାତା ୧୧ ଏବଂ ହାଇଦ୍ରାବାଦ ୭ଥର ଜିତିଛି। ଚଳିତ ସିଜିନରେ ସେପ୍ଟମ୍ବର ୨୬ରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ୱିକେଟରେ ହାଇଦ୍ରାବାଦକୁ ପରାସ୍ତ କରିଥିଲା। ଆଜିର ମ୍ୟାଚକୁ ହାଇଦ୍ରାବାଦ ଜିତି ଗତ ମ୍ୟାଚ ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ। ଅନ୍ୟପଟେ ଗତ ଦୁଇଟି ମ୍ୟାଚରେ ଶୋଚନୀୟ ପରାଜୟ ପରେ ଆଜିର ମ୍ୟାଚ ଜିତି କୋଲକାତା ପଏଣ୍ଟ ଟେବୁଲରେ ଟପ-୪ ଦଳ ମଧ୍ୟରେ ନିଜ ସ୍ଥାନ ପକ୍କା କରିବାକୁ ଚେଷ୍ଟା କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ