Masthead

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ମୋବାଇଲ ଓ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ  | ସୂଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ରାଣୀତାଲରୁ ବାଲିଖଣ୍ଡ ଯିବା ରାସ୍ତାରେ ଥିବା ଦିବ୍ୟସାଇ ପେଟ୍ରୋଲ ପମ୍ପରେ ଗତକାଲି ବିଳମ୍ବିତ ରାତିରେ 3 ଜଣ ଦୁର୍ବୁତ୍ତ ଆସି ପେଟ୍ରୋଲ ନେବା ବାହାନାରେ ସେଠାରେ କାର୍ଯ୍ୟରତ ଥିବା ପୂର୍ଣ୍ଣଚନ୍ଦ୍ରଙ୍କୁ ଡାକିଥିଲେ |

ପୁର୍ଣଚନ୍ଦ୍ର ରାତିରେ ଶୋଇପଡ଼ିଥିବାରୁ ଉଠିବାରେ ବିଳମ୍ବ ହୋଇଥିଲା ;ତେଣୁ ଦୁର୍ବୁତ୍ତମାନେ କବାଟ ବାଡ଼େଇ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ | ପରେ ପୂର୍ଣ୍ଣଚନ୍ଦ୍ର ଉଠି କବାଟ ଖୋଲିବା ପରେ 3 ଜଣ ଦୁର୍ବୁତ୍ତ ତାଙ୍କ ହାତରୁ ମୋବାଇଲ ଛଡ଼ାଇ ନେବା ସହ ମାଡ ମାରି ତାଙ୍କ ପାଖରେ ଥିବା 42 ହଜାର ଟଙ୍କା ନେଇ ପଳାଇଯାଇଥିଲେ | ଯାହା ସିସି କେମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି | ଏବାଦରେ ପୂର୍ଣ୍ଣଚନ୍ଦ୍ର  ସିମୁଳିଆ ଥାନାରେ ଲିଖିତ ଅଭିଯୋଗ ଦେବା ପରେ ସିମୁଳିଆ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା