Masthead

ଏସିଆ କପ୍‌ କ୍ରିକେଟ ପାଇଁ ଟିମ୍‌ ଘୋଷଣା, ରୋହିତଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ଏସିଆ କପ୍‌ କ୍ରିକେଟ ପାଇଁ ଭାରତୀୟ ଟିମ୍‌ ଘୋଷଣା । ରୋହିତ ଶର୍ମାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍‌ । କେ.ଏଲ୍ ରାହୁଲ ଓ ଶ୍ରେୟସ ଆୟାରଙ୍କ ଟିମକୁ ହୋଇଛି ପ୍ରତ୍ୟାବର୍ତ୍ତନ । ଅଗଷ୍ଟ ୩୦ରୁ ସେପ୍‌ଟେମ୍ବର ୧୭ ଯାଏଁ ଚାଲିବ ଏସିଆ କପ୍ । ସେପ୍ଟେମ୍ବର ୨ ତାରିଖରେ ଭାରତ-ପାକିସ୍ତାନ ମୁକାବିଲା ହେବ । ଟ୍ୱିଟ କରି ଟିମ ଘୋଷଣାର ସୂଚନା ଦେଇଛି ବିସିସିଆଇ ।

ଏହି ଟୁର୍ଣ୍ଣାମେଣ୍ଟ ପାଇଁ ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, କେ.ଏଲ ରାହୁଲ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ ଅଧିନାୟକ ), ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଅକ୍ସର ପଟେଲ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ଦଳରେ ସ୍ଥାନ ପାଇଛନ୍ତି । ଏହାସହ ଷ୍ଟାଣ୍ଡ-ବାଇ ପ୍ଲେୟାର ଭାବେ ସଞ୍ଜୁ ସାମସନଙ୍କୁ ବିସିସିଆଇ ଚୟନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା