Masthead

ଏସିଆ କପ୍‌ କ୍ରିକେଟ ପାଇଁ ଟିମ୍‌ ଘୋଷଣା, ରୋହିତଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ଏସିଆ କପ୍‌ କ୍ରିକେଟ ପାଇଁ ଭାରତୀୟ ଟିମ୍‌ ଘୋଷଣା । ରୋହିତ ଶର୍ମାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍‌ । କେ.ଏଲ୍ ରାହୁଲ ଓ ଶ୍ରେୟସ ଆୟାରଙ୍କ ଟିମକୁ ହୋଇଛି ପ୍ରତ୍ୟାବର୍ତ୍ତନ । ଅଗଷ୍ଟ ୩୦ରୁ ସେପ୍‌ଟେମ୍ବର ୧୭ ଯାଏଁ ଚାଲିବ ଏସିଆ କପ୍ । ସେପ୍ଟେମ୍ବର ୨ ତାରିଖରେ ଭାରତ-ପାକିସ୍ତାନ ମୁକାବିଲା ହେବ । ଟ୍ୱିଟ କରି ଟିମ ଘୋଷଣାର ସୂଚନା ଦେଇଛି ବିସିସିଆଇ ।

ଏହି ଟୁର୍ଣ୍ଣାମେଣ୍ଟ ପାଇଁ ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, କେ.ଏଲ ରାହୁଲ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ ଅଧିନାୟକ ), ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଅକ୍ସର ପଟେଲ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ଦଳରେ ସ୍ଥାନ ପାଇଛନ୍ତି । ଏହାସହ ଷ୍ଟାଣ୍ଡ-ବାଇ ପ୍ଲେୟାର ଭାବେ ସଞ୍ଜୁ ସାମସନଙ୍କୁ ବିସିସିଆଇ ଚୟନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ