ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ: ସନ୍ନି ଦେଓଲ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଅଭିନେତା ସନ୍ନି ଦେଓଲଙ୍କ ବଡ଼ ଘୋଷଣା । କହିଛନ୍ତି ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ଏଣିକି କେବଳ ଫିଲ୍ମରେ କାମ କରିବାକୁ ଚାହୁଁଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ ବିଜେପି ୨୦୨୪ ଲୋକ ସଭା ନିର୍ବାଚନରେ ଗୁରୁଦାସପୁର ଆସନରୁ ନୂତନ ପ୍ରାର୍ଥୀ ଦେବ। ଏକ ସାକ୍ଷାତକାରରେ ସନ୍ନି ଦେଓଲ କହିଛନ୍ତି ଯେ, ଆଉ ରାଜନୀତିରେ ମନ ଲାଗୁନାହିଁ। ସନ୍ନି ଦେଓଲ ବର୍ତ୍ତମାନ ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନରୁ ବିଜେପି ଏମ୍‌ପି ଅଟନ୍ତି।

ଏହି ଆସନ ବିଜେପି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୯୯ ରୁ ୨୦୦୪ ଏବଂ ୨୦୧୪ ରୁ ୨୦୧୭ ପର୍ଯ୍ୟନ୍ତ ବିଜେପି ଟିକେଟରେ ବିନୋଦ ଖାନ୍ନା ମଧ୍ୟ ଏହି ଆସନର ସଦସ୍ୟ ଥିଲେ। ବିନୋଦ ଖାନ୍ନାଙ୍କ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନରେ କଂଗ୍ରେସ ନେତା ସୁନୀଲ ଜାଖର ଜିତିଥିଲେ। ୨୦୧୯ରେ ସନି ଦେଓଲ ପୁଣିଥରେ ଗୁରୁଦାସପୁର ଆସନକୁ ବିଜେପିରୁ ଜିତି ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ