୨୩ ଯାଏ ଭୟଙ୍କର ବଜ୍ରପାତ ସହ ଅତି ପ୍ରବଳ ବର୍ଷା, ପବନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୨୩ ତାରିଖ ଯାଏ ଭୟଙ୍କର ବଜ୍ରପାତ ସହ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ ବୋଲି ଭାରତୀୟ ପାଣପାଗ ବିଜ୍ଞାନ କେନ୍ଦ୍ର (ଆଇଏମଡି) ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ବର୍ଷା, ବଜ୍ରପାତ ନେଇ ଆଇଏମଡି ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ଭୟଙ୍କର ବର୍ଷା ସମ୍ଭାବନା ରହିଛି।

୨୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେହିପରି ପାଣି ଜମିବା ଏବଂ ପାର୍ବତ୍ୟାଞ୍ଚଳରେ ଭୂସ୍ଖଳନ ନେଇ ମଧ୍ୟ ସତର୍କ କରାଯାଇଛି। ସହରାଞ୍ଚଳ ତଥା ତଳିଆ ଅଞ୍ଚଳରେ ଜଳ ନିଷ୍କାସନ ପାଇଁ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ