Masthead

ବ୍ରିଜେଶ ରାଏଙ୍କ ବଦଳି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଆଇଜି ବ୍ରିଜେଶ କୁମାର ରାଏଙ୍କୁ ବଦଳି । ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟକୁ ବଦଳି କରିଯାଇଛି । ଡିଆଇଜିଙ୍କ ପତ୍ନୀ ମହିଳା ହୋମଗାଡଙ୍କ ନିର୍ଯାତନ ଦେଇଥିବା ହୋଇଥିଲା ଅଭିଯୋଗ । ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଥିଲେ ବ୍ରିଜେଶ ରାଏ ।

ଡିଆଇଡି ବ୍ରିଜେଶ କୁମାର ରାଏଙ୍କ ପତ୍ନୀ ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା । ଏପରିକି ନିର୍ଯାତନାରେ ଅତିଷ୍ଠ ହୋଇ ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଫଳରେ ମହିଳା ଜଣକ ତାଙ୍କର ଦୁଇଟି ଯାକ ଗୋଡ଼ ହରାଇବା ଭଳି ଅଭାବନୀୟ ଘଟଣା ମଧ୍ୟ ଘଟିଥିଲା । ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଉକ୍ତ ହୋମଗାର୍ଡ ଏବେ ଚିକିତ୍ସାଧୀନ ଅଛନ୍ତି ।

ଗତ ୧୩ ତାରିଖରେ ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁ ନିର୍ଯାତନା ସମ୍ପର୍କରେ ହୋମଗାର୍ଡ ଡିଜିଙ୍କୁ ଲିଖିତ ଭାବେ ଜଣାଇଥିଲେ । କିନ୍ତୁ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବା ହୋମଗାର୍ଡ ଅଭିଯୋଗ କରିଛନ୍ତି । ସେପଟେ ପ୍ରଥମେ ନିର୍ଯାତନା ଅଭିଯୋଗକୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାଏ ଖଣ୍ଡନ କରିଥିଲେ ।

ତାଙ୍କର ପାରିବାରିକ ସମସ୍ୟା ଥିଲା, ଅନ୍ୟମନସ୍କ ରହୁଥିଲେ । ତାଙ୍କୁ କୌଣସି ନିର୍ଯାତନା ଦିଆଯାଇନାହିଁ, ତାଙ୍କୁ ଏନେଇ କେହି ପ୍ରବର୍ତ୍ତାଇ ଥିବା ଡିଆଇଜି କହିଥିଲେ । ତେବେ ଗତ ୧୯ ବର୍ଷ ହେଲା ଅନୁଗୁଳ ଜିଲ୍ଲାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଛନ୍ତି ସୈରିଦ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ