Masthead

ବ୍ରିଜେଶ ରାଏଙ୍କ ବଦଳି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଆଇଜି ବ୍ରିଜେଶ କୁମାର ରାଏଙ୍କୁ ବଦଳି । ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟକୁ ବଦଳି କରିଯାଇଛି । ଡିଆଇଜିଙ୍କ ପତ୍ନୀ ମହିଳା ହୋମଗାଡଙ୍କ ନିର୍ଯାତନ ଦେଇଥିବା ହୋଇଥିଲା ଅଭିଯୋଗ । ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଥିଲେ ବ୍ରିଜେଶ ରାଏ ।

ଡିଆଇଡି ବ୍ରିଜେଶ କୁମାର ରାଏଙ୍କ ପତ୍ନୀ ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା । ଏପରିକି ନିର୍ଯାତନାରେ ଅତିଷ୍ଠ ହୋଇ ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଫଳରେ ମହିଳା ଜଣକ ତାଙ୍କର ଦୁଇଟି ଯାକ ଗୋଡ଼ ହରାଇବା ଭଳି ଅଭାବନୀୟ ଘଟଣା ମଧ୍ୟ ଘଟିଥିଲା । ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଉକ୍ତ ହୋମଗାର୍ଡ ଏବେ ଚିକିତ୍ସାଧୀନ ଅଛନ୍ତି ।

ଗତ ୧୩ ତାରିଖରେ ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁ ନିର୍ଯାତନା ସମ୍ପର୍କରେ ହୋମଗାର୍ଡ ଡିଜିଙ୍କୁ ଲିଖିତ ଭାବେ ଜଣାଇଥିଲେ । କିନ୍ତୁ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବା ହୋମଗାର୍ଡ ଅଭିଯୋଗ କରିଛନ୍ତି । ସେପଟେ ପ୍ରଥମେ ନିର୍ଯାତନା ଅଭିଯୋଗକୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାଏ ଖଣ୍ଡନ କରିଥିଲେ ।

ତାଙ୍କର ପାରିବାରିକ ସମସ୍ୟା ଥିଲା, ଅନ୍ୟମନସ୍କ ରହୁଥିଲେ । ତାଙ୍କୁ କୌଣସି ନିର୍ଯାତନା ଦିଆଯାଇନାହିଁ, ତାଙ୍କୁ ଏନେଇ କେହି ପ୍ରବର୍ତ୍ତାଇ ଥିବା ଡିଆଇଜି କହିଥିଲେ । ତେବେ ଗତ ୧୯ ବର୍ଷ ହେଲା ଅନୁଗୁଳ ଜିଲ୍ଲାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଛନ୍ତି ସୈରିଦ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା