ଜିମ୍ବାୱେ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକ୍‌ଙ୍କ ପରଲୋକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଜିମ୍ବାୱେ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକ୍‌ଙ୍କ ପରଲୋକ । କ୍ୟାନସରରେ ଆକ୍ରାନ୍ତ ହିଥ୍ ଷ୍ଟ୍ରିକ୍‌ଙ୍କ ୪୯ ବର୍ଷ ବୟସରେ ପରଲୋକ । ଦେଶ ପାଇଁ ୬୫ ଟେଷ୍ଟ, ୧୮୯ ଦିନିକିଆ ଖେଳିଛନ୍ତି ଷ୍ଟ୍ରିକ୍ । ୯୦ ଦଶକରେ ମହାନ ଅଲ୍‌ରାଉଣ୍ଡର ଭାବେ ଜଣାଶୁଣା ଥିଲେ ଷ୍ଟ୍ରିକ । ମଙ୍ଗଳବାର ଦିନ ଜିମ୍ବାୱେର ପୂର୍ବତନ ପ୍ରଖ୍ୟାତ କ୍ରିକେଟ୍‌ ଅଲ୍‌ରାଉଣ୍ଡର୍‌ ହିଥ୍‌ ‌ଷ୍ଟ୍ରିକ୍‌ଙ୍କର ଦେହାନ୍ତ ହୋଇଯାଇଥିବା କଥା ତାଙ୍କର ବୋଲିଙ୍ଗ୍‌ ପାର୍ଟନର୍‌ ହେନ୍‌ରି ଓଲଙ୍ଗ୍‌ ‘ଏକ୍ସ୍‌’ କରି ସୂଚନା ଦେଇଛନ୍ତି। ଦୀର୍ଘ ଦିନ ହେବ ସେ କର୍କଟ ରୋଗରେ ପୀଡ଼ିତ ଥିଲେ ।

ସେ ଦକ୍ଷିଣ ଆଫ୍ରିକାରେ ଚିକିତ୍ସିତ ହେଉଥିଲେ। ଜିମ୍ବାୱେର ପୂର୍ବତନ ଫାଷ୍ଟ୍‌ ବୋଲର୍‌ ହେନ୍‌ରି ଅଲଙ୍ଗ୍‌ ଶୋକବ୍ୟକ୍ତ ରି ‘ଏକ୍ସ’ (ଟୁଇଟ୍‌) କରିଛନ୍ତି ହିଥ୍ ଆରପରିକୁ ଚାଲିଯାଇଛନ୍ତି ବୋଲି ଦୁଃଖଦ ଖବର ଆସିଛି। ସାଥୀ କ୍ରିକେଟ୍‌ ଖେଳାଳି ଷ୍ଟ୍ରିକ୍‌ଙ୍କୁ ପ୍ରଶଂସା କରି ଲେଖିଛନ୍ତି, ସେ ଥିଲେ ଜିମ୍ବାୱେର ଶ୍ରେଷ୍ଠ ‘ଅଲ୍‌ ରାଉଣ୍ଡର୍‌’ । ବୋଲିଙ୍ଗ୍‌ କ୍ଷେତ୍ରରେ ଷ୍ଟ୍ରିକ୍‌ଙ୍କର ଅସାଧାରଣ ଦକ୍ଷତା ଥିଲେ ବି ବ୍ୟାଟିଂରେ ବି ତାଙ୍କର କମ୍‌ ପାରଦର୍ଶିତା ନ ଥିଲା।

୧୯୯୩ରେ ସର୍ବ ପ୍ରଥମେ ପାକିସ୍ତାନ ବିପକ୍ଷରେ ଖେଳି ଷ୍ଟ୍ରିକ୍‌ କ୍ରିକେଟ୍‌ କ୍ୟାରିୟର୍‌ ଆରମ୍ଭ କରିଥିଲେ। ରାୱଲ୍‌ ପିଣ୍ଡିରେ ଅନୁଷ୍ଠିତ ଦ୍ବିତୀୟ ଟେଷ୍ଟରେ ୮ଟି ୱିକେଟ୍‌ନେଇ ସୁଖ୍ୟାତି ଅର୍ଜନ କରିଥିଲେ। ୨୦୦୫ରେ ସେ ଜିମ୍ବାୱେ କ୍ରିକେଟ୍‌ ଟିମ୍‌ରୁ ଅବ୍ୟାହତି ନେଇଥିଲେ। ଅବସର ଗ୍ରହଣ ପରେ ସେ ଜିମ୍ବାୱେ, ସ୍କଟ୍‌ଲାଣ୍ଡ୍‌, ବାଂଲାଦେଶ, ଗୁଜରାଟ ଲାଇଅନ୍‌ସ୍‌ ଓ କୋଲ୍‌କାତା ନାଇଟ୍‌ ରାଇଡର୍‌ ପ୍ରଭୃତିଙ୍କର କୋଚ୍‌ ଭାବେ କାମ କରି କ୍ରିକେଟ୍‌ ଖେଳ ସହିତ ଜଡ଼ିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ