Masthead

ପୁଟିନ ବିରୋଧରେ ବିଦ୍ରୋହ ରଚିଥିବା ୱାଗନ ଗ୍ରୁପର ମୁଖ୍ୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଜାରି ରହିଛି ରଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ । ଯୁଦ୍ଧ ଥମିବାର ନା ନେେଉଛି ନା ସମସ୍ୟାର ସମାଧାନ ହେଉଛି । ତେବେ ଏହାରି ଭିତରେ ଆସିଛି ଆଉ ଏକ ଖବର । ପୁଟିନଙ୍କ ବିରୋଧରେ ବିଦ୍ରୋହ କରିଥିବା ୱାଗନର ଗ୍ରୁପ ମୁଖ୍ୟଙ୍କ ମୃତ୍ୟୁ ହୋଇଛି । ୨ ମାସ ତଳେ ଋଷ ସେନା ବିରୋଧରେ ବିଦ୍ରୋହ କରି ଚର୍ଚ୍ଚାକୁ ଆସିଥିଲେ ପୁଟିନଙ୍କ ଏହି ସହଯୋଗୀ । ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୟେଭଗେନି ପ୍ରିଗୋଜିନଙ୍କ ସମେତ ୧୦ ଜଣଙ୍କ ଜୀବନ ଯାଇଛି । ମସ୍କୋ ଉତ୍ତର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।

ରୁଷର ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ କହିଛି ଯେ ଯାତ୍ରୀ ତାଲିକାରେ ପ୍ରିଗୋଜିନଙ୍କ ନାମ ଅନ୍ତର୍ଭୁକ୍ତ ରହିଛି । ଏହି ବିମାନ ମସ୍କୋରୁ ସେଣ୍ଟ ପିଟର୍ସବର୍ଗକୁ ଯାଉଥିଲା । ପ୍ରିଗୋଜିନ ଜୁନ୍ ମାସରେ ପୁଟିନଙ୍କ ବିରୋଧରେ ବିଦ୍ରୋହ କରିଥିଲେ ଏବଂ ପରେ ବୁଝାମଣା ପରେ ବେଲାରୁଷ୍‌ ପଳାଇଥିଲେ । ତେବେ ସେ କେବେ ଏବଂ କିଭଳି ପୁଣି ରୁଷ୍‌ରେ ପହଞ୍ଚିଥିଲେ ତାହା ସ୍ପଷ୍ଟ ହୋଇନାହିଁ । ଦୁଇ ଦିନ ପୂର୍ବେ ପ୍ରିଗୋଜିନଙ୍କର ଏକ ଭିଡିଓ ସାମ୍ନାକୁ ଆସିଥିଲା, ତେବେ ତାଙ୍କର ଅବସ୍ଥିତି ନେଇ କିଛି ସ୍ପଷ୍ଟ ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ