ମହିଳା ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ। ବଲାଙ୍ଗିର ସଇଁନ୍ତଳା ଥାନା ଏସଆଇ କାଜଲ ବାଗ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ଗତକାଲି ବିଳମ୍ଵିତ ରାତିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ଏସ୍ଆଇ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସଇଁନ୍ତଳା ମେଡିକାଲ ଓ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଘଟଣା ପ୍ରଘଟ ହେବା ଭୟରେ କାଜଲଙ୍କୁ ଅନ୍ୟ ମେଡିକାଲକୁ ନିଆଯାଇଥିବା ଜଣାପଡିଛି ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କାଜଲ ବାଗ ସଇଁତଳା ସ୍ଥିତ ଭଡ଼ାଘରେ ବିଷ ପିଇଛନ୍ତି। ହେଲେ ବିଷ ପାନର କାରଣ ଜଣାପଡି ନଥିଲେ ବି ପୋଲିସ ବାବୁଙ୍କ ପ୍ରେମରେ ପଡି ଏଭଳି ଚରମ ନିଷ୍ପତ୍ତି ନେଇଥିବା ଚର୍ଚା ହେଉଛି । ପୂର୍ବରୁ ସେ ବଲାଙ୍ଗିର ଟାଉନ ଥାନାରେ କାମ କରୁଥିବା ବେଳେ କିଛିଦିନ ହେବ ସଇଁତଳା ଥାନାରେ ଅବସ୍ଥାପିତ ହୋଇଛନ୍ତି। ତେବେ ସେ ଏଭଳି ନିଷ୍ପତ୍ତି କଣ ପାଇଁ ନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଏନେଇ ପୋଲିସ ପକ୍ଷରୁ କାହାରି ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ